ଆଜି ନୁହେଁ, ଆସନ୍ତାକାଲି ଆସିବେ ଅମିତ ଶାହ

ଭୁବନେଶ୍ୱର: ଆଜି ନୁହେଁ, ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଗୁରୁବାର ସନ୍ଧ୍ୟାରେ ଅମିତ ଶାହ ଭୁବନେଶ୍ୱରରେ ପହଞ୍ଚିବାର କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା । ସେଥିରେ କିନ୍ତୁ ପରିବର୍ତ୍ତନ ହୋଇଛି । ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବା ପରେ ସିଧା କଟକ ଯାଇ କାର୍ଯ୍ୟକ୍ରମରେ ଯୋଗଦେବେ ।
କଟକ ମୁଣ୍ଡୁଳିସ୍ଥିତ ସିଆଇଏସଏଫ୍‌ର ପ୍ରତିଷ୍ଠା ଦିବସ କାର୍ୟ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଅପରାହ୍ନରେ ଜଟଣୀଠାରେ ଜାତୀୟ ଫୋରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସ୍ୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ ବିଜ୍ଞାନ ପରୀକ୍ଷାଗାର (ଏନଏଫଏସ୍ୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ ବିଜ୍ଞାନ ପରୀକ୍ଷାଗାର (ସିଏଫଏସଏଲ)ର ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସି ମାଧ୍ୟମରେ ଏନଏଫଏସ୍ୟୁ ଟ୍ରାନ୍ଜିଟ କ୍ୟାମ୍ପସ, ଭୁବନେଶ୍ୱରର ଉଦ୍ଘାଟନ କରିବେ। ଏହାପରେ ଶାହା ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭାଗର ପ୍ରକଳ୍ପଗୁଡିକର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା କାର୍ୟ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ସିଆଇଏସଏଫ୍ର ପ୍ରତିଷ୍ଠା ଦିବସରେ ଯୋଗଦାନକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ ଟପିଂ ସହିତ ଆଲୋକୀକରଣ, ପରିଷ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ୟ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଆଭାସି ମାଧ୍ୟମରେ କଟକ ଜିଲାପାଳ ଯୋଗଦେଇଥିଲେ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ