ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ ଏବଂ ୫.୮ କିଲୋମିଟିର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଦକ୍ଷିଣ-ପଶ୍ଚିମ ଆଡକୁ ଉଚ୍ଚତା ସହ ଢ଼ଳି ରହିଛି । ଏହା ପ୍ରଭାବରେ ୨ ସେପ୍ଟେମ୍ବରରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ରାଜ୍ୟରେ ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରପ ପ୍ରଭାବରେ ବର୍ଷା ଲାଗିରହିଥିବା ବେଳେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଆଜି ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି । ସେହିପରି ପ୍ରବଳ ବର୍ଷା ପାଇଁ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ଗଜପତି, ବଲାଙ୍ଗୀର, ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ସେପଟେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଫଳରେ ବର୍ଷାର ପରିମାଣ ବଢ଼ିବ । ପ୍ରବଳ ଜୋରରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ୩୦-୪୦ କିମି ବେଗରେ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ