ଆଜି ଫୁଲବାଣୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ: ଆଜି ଫୁଲବାଣୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଗସ୍ତ । ଏନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି । ମୁଖ୍ୟମନ୍ତ୍ରୀ ଫୁଲବାଣୀ ସହର ଉପକଣ୍ଠ ତିଲକପଡ଼ା ଠାରେ ନିର୍ମିତ ସରକାରୀ ଭେଷଜ ମହାବିଦ୍ୟାଳୟ ଉଦ୍‌ଘାଟନ କରିବା ସହିତ ଅନ୍ୟାନ୍ୟ କାର୍ୟ୍ୟକ୍ରମରେ ଯୋଗ ଦେବେ ।
ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ରିଜର୍ଭ ପଡ଼ିଆ ହେଲିପ୍ୟାଡ୍‌ରେ ଓହ୍ଲାଇ ସିଧା ନବ ନିର୍ମିତ ମେଡିକାଲ କଲେଜକୁ ଯିବା କାର୍ୟ୍ୟସୂଚୀ ରହିଛି । ସେଠାରେ ମେଡିକାଲ କଲେଜ ଉଦ୍‌ଘାଟନ କରିବା ପରେ ଆନାଟୋମୀ ପରୀକ୍ଷାଗାର, ବ୍ୟବଚ୍ଛେଦ କକ୍ଷ, ଏଫ୍‌ଏମ୍‌ଟି ମ୍ୟୁଜିଅମ ପରିଦର୍ଶନ କରିବେ । ତା ପରେ କଲେଜ ପ୍ରେକ୍ଷାଳୟରେ ଡାକ୍ତର, ନର୍ସ, ଆଶାମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଏହା ପରେ କରୋନେସନ ପଡ଼ିଆରେ ଜନସଭାକୁ ସମ୍ବୋଧିତ କରିବା କାର୍ୟ୍ୟକ୍ରମ ରହିଛି । କରୋନେସନ ପଡ଼ିଆରେ ସେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସହିତ ଅନେକ ନୂତନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପ୍ରାୟ ୯୬୮ କୋଟି ଟଙ୍କାର ୪୨ଟି ନୂତନ ପ୍ରକଳ୍ପର ଉଦ୍‌ଘାଟନ କରିବା କାର୍ୟ୍ୟକ୍ରମ ରହିଥିବା ବେଳେ ୬୫ଟି ନୂତନ ପ୍ରକଳ୍ପର ଶୁଭ ଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି । କନ୍ଧମାଳ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଓ ଆରକ୍ଷୀ ଅଧୀକ୍ଷକ ହରିଶ ବିସିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜନ ଶେଷ ହୋଇଛି । ସୁରକ୍ଷା ଦୃଷ୍ଟିରୁ ଫୁଲବାଣୀ ସହରରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି ।

  • Related Posts

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ,…

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    Leave a Reply

    Your email address will not be published. Required fields are marked *

    You Missed

    ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

    ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ