ଆଜି ଫୁଲବାଣୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ: ଆଜି ଫୁଲବାଣୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଗସ୍ତ । ଏନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି । ମୁଖ୍ୟମନ୍ତ୍ରୀ ଫୁଲବାଣୀ ସହର ଉପକଣ୍ଠ ତିଲକପଡ଼ା ଠାରେ ନିର୍ମିତ ସରକାରୀ ଭେଷଜ ମହାବିଦ୍ୟାଳୟ ଉଦ୍‌ଘାଟନ କରିବା ସହିତ ଅନ୍ୟାନ୍ୟ କାର୍ୟ୍ୟକ୍ରମରେ ଯୋଗ ଦେବେ ।
ସୂଚନା ଅନୁଯାୟୀ ମୁଖ୍ୟମନ୍ତ୍ରୀ ରିଜର୍ଭ ପଡ଼ିଆ ହେଲିପ୍ୟାଡ୍‌ରେ ଓହ୍ଲାଇ ସିଧା ନବ ନିର୍ମିତ ମେଡିକାଲ କଲେଜକୁ ଯିବା କାର୍ୟ୍ୟସୂଚୀ ରହିଛି । ସେଠାରେ ମେଡିକାଲ କଲେଜ ଉଦ୍‌ଘାଟନ କରିବା ପରେ ଆନାଟୋମୀ ପରୀକ୍ଷାଗାର, ବ୍ୟବଚ୍ଛେଦ କକ୍ଷ, ଏଫ୍‌ଏମ୍‌ଟି ମ୍ୟୁଜିଅମ ପରିଦର୍ଶନ କରିବେ । ତା ପରେ କଲେଜ ପ୍ରେକ୍ଷାଳୟରେ ଡାକ୍ତର, ନର୍ସ, ଆଶାମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଏହା ପରେ କରୋନେସନ ପଡ଼ିଆରେ ଜନସଭାକୁ ସମ୍ବୋଧିତ କରିବା କାର୍ୟ୍ୟକ୍ରମ ରହିଛି । କରୋନେସନ ପଡ଼ିଆରେ ସେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ସହିତ ଅନେକ ନୂତନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହି ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପ୍ରାୟ ୯୬୮ କୋଟି ଟଙ୍କାର ୪୨ଟି ନୂତନ ପ୍ରକଳ୍ପର ଉଦ୍‌ଘାଟନ କରିବା କାର୍ୟ୍ୟକ୍ରମ ରହିଥିବା ବେଳେ ୬୫ଟି ନୂତନ ପ୍ରକଳ୍ପର ଶୁଭ ଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚାଲିଛି । କନ୍ଧମାଳ ଜିଲ୍ଲାପାଳ ଅମ୍ରିତ ଋତୁରାଜ ଓ ଆରକ୍ଷୀ ଅଧୀକ୍ଷକ ହରିଶ ବିସିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜନ ଶେଷ ହୋଇଛି । ସୁରକ୍ଷା ଦୃଷ୍ଟିରୁ ଫୁଲବାଣୀ ସହରରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ