ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ପୁରୀ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତିଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ । ଏହି ବୈଠକରେ ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସପି ଙ୍କ ସହ ପରିଚାଳନା କମିଟିର ସଦସ୍ୟ ଉପସ୍ଥିତ ରହିବେ। ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ମଧ୍ୟ ବୈଠକରେ ଭାଗ ନେବେ। ବୈଠକରେ ଗତ ୩୧ ତାରିଖ ଛତିଶା ନିଯୋଗ ଏବଂ ନୀତି ସବ୍‌ମିଟି ବୈଠକରେ ଅନୁମୋଦନ ପାଇଥିବା ରଥ ଯାତ୍ରା ଓ ସ୍ନାନ ଯାତ୍ରାର ନୀତି ନିର୍ଘଣ୍ଟ, ବ୍ୟବସ୍ଥାବଳୀକୁ ଚୂଡ଼ାନ୍ତ ଅନୁମୋଦନ ମିଳିବ ।
ପରିଚାଳନା କମିଟି ବୈଠକରେ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ। ଏହି ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରା, ରଥଯାତ୍ରା ଓ ବାହୁଡ଼ା ଯାତ୍ରା ବ୍ୟବସ୍ଥାବଳୀକୁ ମୋହର ମରାଯିବ।ଚଳିତ ବର୍ଷ ସ୍ନାନଯାତ୍ରା ଓ ଘୋଷଯାତ୍ରା କିଭଳି ଶୃଙ୍ଖଳିତ ଭାବେ ଏବଂ ସୁରୁଖୁରୁରେ ଆୟୋଜନ ହେବ ସେନେଇ ବୈଠକରେ ଆଲୋଚନା ହେବ। ଠାକୁରଙ୍କ ଶୃଙ୍ଖଳିତ ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନେଇ ମଧ୍ୟ ଆଲୋଚନା ହେବ। ଏଥିସହ ମାର୍ଚ୍ଚ ୨ ତାରିଖରେ ଅନୁଷ୍ଠିତ ହୋଇଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକର ବିବରଣୀ ପଠନ ଓ ଦୃଢ଼ୀକରଣ ଉପରେ ଆଲୋଚନା ହେବ। ବିଭିନ୍ନ ସବ୍ କମିଟି ଏବଂ ନୀତି ସବ୍ କମିଟି, ସୁରକ୍ଷା ସବ୍ କମିଟି ବୈଠକର ବିବରଣୀ ଉପରେ ଆଲୋଚନା ହେବ। ସଭାପତିଙ୍କ ଅନୁମୋଦନ କ୍ରମେ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ହେବ। ଏଥିସହ ଗୁଣ୍ଡିଚା ମନ୍ଦିରରେ ଚାଲିଥିବା ସମସ୍ତ ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଉପରେ ଆଲୋଚନା ହେବ। ବିଗତ ବର୍ଷ ରଥଯାତ୍ରା ସମୟରେ ଘଟିଥିବା ଅଘଟଣ ର ଯେଭଳି ପୁନରାବୃତ୍ତି ନହେବ ସେନେଇ ମଧ୍ୟ ପରିଚାଳନା କମିଟି ବୈଠକରେ ଆଲୋଚନା ହେବ। ସେପଟେ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ତିନି ରଥର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ତିନି ରଥରେ ଚାରି ନାହାକା ଉଠିବା ପରେ ରଥରେ ଗୟଳ ପକାଇବା କାର୍ଯ୍ୟ କରୁଛନ୍ତି ମହାରଣା।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ