ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ

ଭୁବନେଶ୍ୱର: ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିଛି ‘ପେଙ୍ଗାଲ’। ଗଭୀର ଅବପାତଟି ବାତ୍ୟାର ରୂପ ନେଇ ତାମିଲନାଡ଼ୁ ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗରୁ ସୂଚନା ଅନୁସାରେ, ଗଭୀର ଅବପାତଟି ଆଜି ଉତ୍ତର-ପଶ୍ଚିମ ଦିଗକୁ ଗତିକରି ବାତ୍ୟାରେ ପରିଣତ ହେବ। ଏହାପରେ ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ତାମିଲନାଡ଼ୁ ଉପକୂଳ ଆଡ଼କୁ ମୁହାଁଇବ। ୨୯ତାରିଖ ମଧ୍ୟରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି।ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ନେଇ ପୂର୍ବାନୁମାନ କରିଛି ଆଇଏମଡି । ଏହାକୁ ଦୃଷ୍ଟିରେ ରଖି ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ।

  • Related Posts

    ଜେଲ ଗଲେ ମହାକାଳପଡ଼ା ସରପଞ୍ଚ

    ମହାକାଳପଡ଼ା : ଜେଲ ଗଲେ ମହାକାଳପଡ଼ା ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ଚାମେଲିଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି। ମହାକାଳପଡ଼ା ବ୍ଲକ ପରିସରରେ ହାଇଡ୍ରାମାକୁ ନେଇ ଗତ ୨ ଦିନ ହେଲା ଚର୍ଚ୍ଚା ଲାଗି ରହିଛି। ବିଡିଓଙ୍କୁ…

    Continue reading
    ୮ ପିତୃମାତୃହୀନ ପିଲାଙ୍କୁ “ଗ୍ରୀନ ପ୍ୟାସଜ” ମାଧ୍ୟମରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଉଚ୍ଚ ଶିକ୍ଷା

    କୋଭିଡ ମହାମାରୀ ସମୟରେ ପିତା କିମ୍ବା ଉଭୟ ପିତାମାତାଙ୍କୁ ହରାଇଥିବା ଶିଶୁମାନଙ୍କୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ଆଶୀର୍ବାଦ ଯୋଜନାରୁ ଆର୍ଥିକ ସହାୟତା ପ୍ରଦାନ କରି ସେମାନଙ୍କ ଶିକ୍ଷାକୁ ସୁନିଶ୍ଚିତ ଓ ଶୈଶବକୁ ସ୍ଵଭାବିକ କରIଯାଇଥିଲା I ଚଳିତ ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ