ବିଜେପିର ଭେଟ୍ରାନ୍ ଲିଡର ତଥା ପୂର୍ବତନ ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ହୋଇଛି। ସେଥିପାଇଁ କଟକ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ଆଜି ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ କଟକ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି।
କଟକର ଐତିହାସିକ ବାଲି ଯାତ୍ରା ତିନି ଦିନ ତଳେ ଆରମ୍ଭ ହୋଇଥିଲା। ଦର୍ଶକଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇବା ପାଇଁ ପ୍ରତିଦିନ ରାତି ୧୦ଟା ପର୍ଯ୍ୟନ୍ତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିଲା। ତେଣୁ ବାଲିଯାତ୍ରା ବୁଲିବା ପାଇଁ ଆସୁଥିବା ଲୋକମାନେ ଭରପୂର ମନୋରଞ୍ଜନର ଖୋରାକ ପାଉଥିଲେ। ତେବେ ଶନିବାର ରାତିରେ ସମୟ ଅତିକ୍ରାନ୍ତ ହୋଇଥିବାରୁ ପୁଲିସ୍ ସାଂସ୍କୃତିକ କାର୍ଯ୍ୟକ୍ରମକୁ ବନ୍ଦ କରିଥିଲା। ଯେଉଁଥିପାଇଁ ବିବାଦ ମୁଣ୍ଡ ଟେକିଥିଲା।
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଆଜିଠାରୁ ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ହେବାର ଥିଲା। ହେଲେ ତା’ ପୂର୍ବରୁ ଗୋଟିଏ ଦୁଃଖଦ ଘଟଣା କଟକ ସହରରେ ଘଟିଥିଲା। ଭେଟ୍ରାନ୍ ଲିଡର ତଥା ପୂର୍ବତନ ଉଚ୍ଚଶିକ୍ଷାମନ୍ତ୍ରୀ ସମୀର ଦେ’ଙ୍କର ଚିକିତ୍ସାଧୀନ ଅବସ୍ଥାରେ ଆଜି ଦେହାନ୍ତ ହେଲା। ଏହି ଶୋକରେ ପୂରା ସହର ଭିଜିଥିବାରୁ ଆଜି ପାଇଁ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ନକରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି।
ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍
ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…







