ଆଜି ବିଜେଡ଼ିର ଅଲ ଓଡିଶା ଷ୍ଟୁଡେଣ୍ଟ ଷ୍ଟ୍ରାଇକ

ଭୁବନେଶ୍ବର : ଓଡ଼ିଶାରେ ନାରୀ ଅସୁରକ୍ଷିତ। ଦିନକୁ ଦିନ ମହିଳାମାନଙ୍କ ଉପରେ ଗଣ ଦୁର୍ଷମ ଓ ଅତ୍ୟାଚାର ବଢି ବଢି ଚାଲିଛି । ଏହା ବିରୋଧରେ ଆଜି ରାଜ୍ୟର ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ବିଜେଡ଼ିର ଅଲ ଓଡିଶା ଷ୍ଟୁଡେଣ୍ଟ ଷ୍ଟ୍ରାଇକ। ରାଜ୍ୟରେ ବଢି ଚାଲିଥିବା ମହିଳା ନିର୍ୟାତନା, ଦୁଷ୍କର୍ମ, ହତ୍ୟା ଓ ଅନ୍ୟ ଅପରାଧ ବିରୋଧରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ଓ ପ୍ରତିବାଦ। ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ବିକ୍ଷୋଭ ହେଉଥିବା ବେଳେ ଭୁବନେଶ୍ୱରର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ହୁଙ୍କାର ଦେଖିବାକୁ ମିଳିଛି। ଏହି କ୍ରମରେ ଭୁବନେଶ୍ୱର ରାଜଧାନୀ କଲେଜରେ ଛାତ୍ରଛାତ୍ରୀ ଏକାଠି ହୋଇ ରାଜ୍ୟବ୍ୟାପି ମହିଳା ହିଂସାର ପ୍ରତିବାଦ କରୁଛନ୍ତି। ମହିଳାଙ୍କୁ ସୁରକ୍ଷା, ନ୍ୟାୟ ଓ ସମ୍ମାନ ସହ ମହିଳା ବିରୋଧୀ ଅପରାଧ ତୁରନ୍ତ ରୋକିବାକୁ ଦାବି ହୋଇଛି। ଛାତ୍ରଛାତ୍ରୀ ମାନେ ଶ୍ରେଣୀ ବର୍ଜନ କରିବା ସହ କଳା ବ୍ୟାଜ୍ ପରିଧାନ କରି ପିକେଟିଂ କରୁଛନ୍ତି। ରାଜ୍ୟରେ ମହିଳା ଅସୁରକ୍ଷିତ ଥିବା ନେଇ ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି । ଅଞ୍ଜନା ମିଶ୍ର ଘଟଣାରୁ ବଳି ଯାଇଛି ଗୋପାଳପୁର ଛାତ୍ରୀ ଗଣଦୁଷ୍କର୍ମ ଘଟଣା। ଯାହା ବିଶ୍ବ ମାନଚିତ୍ରରେ ଓଡ଼ିଶାକୁ ନିନ୍ଦିତ କରିଛି। ପ୍ରତିଦିନ ୧୫ରୁ ଅଧିକ ମହିଳା ଦୁଷ୍କର୍ମ ଓ ନିର୍ୟାତନାର ଶିକାର ହେଉଛନ୍ତି। ବିଜେପି ସରକାରକୁ ଆସିବ ଦିନଠାରୁ ଅସୁରକ୍ଷିତ ହୋଇପଡ଼ିଛନ୍ତି ମହିଳା। ଏହା ବିରୋଧରେ କଲେଜ ଓ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ପ୍ରତିବାଦ କରୁଛି ବିଜେଡି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ