ଆଜି ବିଜେପି ରାଜ୍ୟ କାର୍ୟ୍ୟାଳୟରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଆଜି ବିଜେପି ରାଜ୍ୟ କାର୍ୟ୍ୟାଳୟରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ। ଏସ୍ଆଇଆର ଓ ରାଜ୍ୟସଭା ନିର୍ବାଚନକୁ ନେଇ ହେବ ଆଲୋଚନା। ବିଜେପି ସଭାପତି ମନମୋହନ ସାମଲଙ୍କ ବୈଠକ ହେବ। ବିଜେପିର ବରିଷ୍ଠ ନେତା ଓ ବିଧାୟକ ଉପସ୍ଥିତ ରହିବେ।

ସୂଚନ ଅନୁଯାୟୀ, ଶନିବାର ବିଜେପି ରାଜ୍ୟ କାର୍ୟ୍ୟାଳୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହେବ । ପ୍ରଥମେ ଏସ୍ଆଇଆର ପ୍ରସଙ୍ଗରେ ଆଲୋଚନା ହେବ । ରାଜ୍ୟ ବିଜେପି ପଦାଧିକାରୀ ଏବଂ ବିଧାୟକମାନେ ଉପସ୍ଥିତ ରହିବେ । ଏହାପରେ ରାଜ୍ୟସଭା ନିର୍ବାଚନକୁ ନେଇ ଦଳୀୟ ବିଧାୟକଙ୍କ ସହ ଆଲୋଚନା କରିବେ । ବିଜେପି ବିଧାୟକଙ୍କୁ ରାଜ୍ୟସଭା ମତଦାନ ପଦ୍ଧତି, ନିୟମ ବାବଦରେ ତାଲିମ ଦିଆଯିବ । ଏଥି ସହିତ ମକ୍ ପୋଲ୍ ମଧ୍ୟ ହେବ । କିଏ କାହାକୁ ପ୍ରଥମ ପସନ୍ଦ ଓ କାହାକୁ ଦ୍ୱିତୀୟ ପସନ୍ଦ ଭୋଟ ଦେବେ, ସେ ବାବଦରେ ସେମାନଙ୍କୁ ଜଣାଇ ଦିଆଯିବ ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ