ଆଜି ବି ଜାରି ରହିବ ଡ୍ରାଇଭର ସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନ

ଭୁବନେଶ୍ୱର: ଆଜି ବି ଜାରି ରହିବ ଡ୍ରାଇଭର ସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନ । ଗତକାଲି ଓଡ଼ିଶା ଡ୍ରାଇଭର ମହାସଂଘ ଓ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି । ଖାରବେଳ ଭବନରେ ପରିବହନ କମିସନର ଓ ସଚିବଙ୍କ ସହିତ ଅଢ଼େଇ ଘଣ୍ଟା ଧରି ଆଲୋଚନା ହୋଇଥିଲା । ପରିବହନ ମନ୍ତ୍ରୀ ବିଭୁତି ଜେନାଙ୍କ ସହିତ ମଧ୍ୟ ୪ ଘଣ୍ଟା ଧରି ଆଲୋଚନା ହେଲା, କିନ୍ତୁ କୌଣସି ନିଷ୍କର୍ଷ ବାହାରି ପାରିନାହିଁ ।

ଡ୍ରାଇଭର ସଙ୍ଘ ସହ ବୈଠକ ପରେ ପରିବହନ ମନ୍ତ୍ରୀ କହିଛନ୍ତି, ଦାବି ପୂରଣ ଦିଗରେ କାର୍ୟ୍ୟ କରାଯିବ । ଗତକାଲି ଦିନ ତମାମ୍ ରାଜ୍ୟବ୍ୟାପୀ ଅଲ ଓଡ଼ିଶା ଡ୍ରାଇଭର ମହାସଂଘ ଆନ୍ଦୋଳନ କରିଥିଲା । ଫଳରେ ବସ୍, ଅଟୋ କିଛି ଗଡ଼ିନଥିଲା । ହଜାର ହଜାର ଯାତ୍ରୀ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ଯିବା ପାଇଁ ହଇରାଣ ହୋଇଥିଲେ । ଲାଗୁଥିଲା, ସରକାରଙ୍କ ସହ ଆଲୋଚନା ପରେ ବାହାରିବ ସମାଧାନର ବାଟ, କିନ୍ତୁ ପରିବହନ ମନ୍ତ୍ରୀଙ୍କ ସହ ୪ ଘଣ୍ଟା ଆଲୋଚନା ସତ୍ତ୍ବେ କୌଣସି ସମାଧାନର ବାଟ ବାହାରି ପାରିନାହିଁ । ୭ ଦଫା ଦାବି ନେଇ ଡ୍ରାଇଭର ଆନ୍ଦୋଳନକୁ ଓହ୍ଲାଇଛନ୍ତି ।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ