ଆଜି ବି ବାତ୍ୟାଞ୍ଚଳ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଆଜି ବି ବାତ୍ୟାଞ୍ଚଳ ସର୍ଭେ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଆକାଶମାର୍ଗରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ସର୍ଭେ କରିବେ। ଏଥିସହ ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ୍‌ କରିଥିବା କେନ୍ଦ୍ରପଡ଼ା ଜିଲ୍ଲା ହାବେଳୀଖଟିର ବି ସ୍ଥିତି ପରଖିବେ। ଏହାପରେ ମୁଖ୍ୟମନ୍ତ୍ରୀ ଏସଆରସି କାର୍ୟ୍ୟାଳୟରେ ଏକ ସମୀକ୍ଷା ବୈଠକରେ ଯୋଗ ଦେବେ ବୋଲି ଜଣାଯାଇଛି।ଆଜି ମଧ୍ୟାହ୍ନ ୧୨ଟା ସମୟରେ ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପ୍ରଥମେ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାର ଏରିଅଲ ସର୍ଭେ କରିବେ। ଉକ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ଏବଂ ଅନ୍ୟ ଅଧିକାରୀ ବି ଉପସ୍ଥିତ ରହିବେ।
ବାତ୍ୟା ‘ଦାନା’ ପରେ ପ୍ରବଳ ବର୍ଷା ହେତୁ ବୁଢ଼ାବଳଙ୍ଗ ନଦୀ ଉଛୁଳି ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଏପରିକି ବହୁ ଗାଁରେ ପାଣି ପଶିଯିବା ସହ ଶହ ଶହ ଏକର ଚାଷ ଜମି ପାଣିରେ ବୁଡ଼ି ରହିଛି।

  • Related Posts

    ଅଧ୍ୟାପକଙ୍କୁ ବିଧାୟକଙ୍କ ଅସଦଚାରଣ, ନିନ୍ଦା କଲା ବିଜେଡି

    ଭୁବନେଶ୍ବର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକଙ୍କୁ କଟକ ସଦରର ବିଜେପି ବିଧାୟକ ପ୍ରକାଶ ସେଠୀ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଘଟଣାକୁ କଡ଼ା ଭାଷାରେ ନିନ୍ଦା କରିଛି ବିଜେଡି । ବିଜେପି ସରକାରରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ରାଜନୈତିକ ହସ୍ତକ୍ଷେପ ବୃଦ୍ଧି ପାଉଛି…

    Continue reading
    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ