ଆଜି ଭାରତ-ଇଂଲଣ୍ଡ ତୃତୀୟ ଟି-୨୦

ରାଜକୋଟ୍‌: ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଭାରତ ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ମଙ୍ଗଳବାର ତୃତୀୟ ଟି-୨୦ ମ୍ୟାଚ୍‌ ଆୟୋଜନ ହେବ। ସିରିଜର ପ୍ରଥମ ଦୁଇଟି ମ୍ୟାଚ୍‌ ଜିତି ୨-୦ରେ ଅଗ୍ରଣୀ ହାସଲ କରିଥିବା ସୂର୍ୟ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଏହି ମ୍ୟାଚ୍‌ ଜିତି ଆଗୁଆ ସିରିଜ ଜିତିବାକୁ ପ୍ରୟାସ କରିବ। ପୂର୍ବରୁ ଭାରତ ପ୍ରଥମ ମ୍ୟାଚ୍‌ରେ ୭ ଓ ଦ୍ୱିତୀୟରେ ୨ ୱିକେଟ ବିଜୟୀ ହୋଇଥିଲା। ଅନ୍ୟପଟେ ସିରିଜ ବଞ୍ଚାଇ ରଖିବାକୁ ହେଲେ ଇଂଲଣ୍ଡକୁ ଏହି ମ୍ୟାଚ୍‌ ଜିତିବା ଅପରିହାର୍ୟ୍ୟ ହୋଇ ପଡିଛି। ଅର୍ଥାତ ଇଂଲଣ୍ଡ କର ବା ମର ସ୍ଥିତିରେ ରହିଛି। ଏହି ମ୍ୟାଚ୍‌ ପାଇଁ ଇଂଲଣ୍ଡ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ଭାରତ ଶୀର୍ଷ ସ୍ଥାନରେ ରହିଥିବାବେଳେ ଇଂଲଣ୍ଡ ତୃତୀୟ ସ୍ଥାନରେ ରହିଛି। ଦୀର୍ଘ ଦିନ ପରେ ଦଳକୁ ଫେରିଥିବା ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମି ଏହି ମ୍ୟାଚ୍‌ ଖେଳିବେ ବୋଲି ବ୍ୟାଟିଂ କୋଚ୍‌ ସିତାଂଶୁ କୋଟାକ କହିଛନ୍ତି।
ନିରଞ୍ଜନ ଶାହା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ବଲ ପେସ୍‌ ଓ ବାଉନ୍ସ ହେବ। କିନ୍ତୁ ପିଚ୍‌ ବ୍ୟାଟରଙ୍କୁ ଅଧିକ ସୁହାଇବ। ଏହାପରେ ପ୍ରଥମ ଇନିଂସର ହାରାହାରି ସ୍କୋର ୧୮୯ ରହିଛି। ରନ୍‌ ଚେଜ୍‌ କରିବା କଷ୍ଟକର ହେବ। ମ୍ୟାଚ୍‌ କିନ୍ତୁ ହାଇସ୍କୋରିଂ ହେବ। ଦୁଇ ଦଳ ଏପର୍ୟ୍ୟନ୍ତ ଟି-୨୦ରେ ପରସ୍ପରକୁ ୨୬ଥର ଭେଟିଛନ୍ତି। ଏଥିରୁ ଭାରତ ୧୫ ଓ ଇଂଲଣ୍ଡ ୧୧ଟିରେ ବିଜୟୀ ହୋଇଛି। ଘରୋଇ ମାଟିରେ ଭାରତ ୮ ଓ ଇଂଲଣ୍ଡ ୫ଟିରେ ବିଜୟୀ ହୋଇଛି।

  • Related Posts

    ଫୁଟବଲ ପ୍ରତିଯୋଗିତା ଉଦଯାପିତ: ଦେବଗଡ ଚାମ୍ପିଅନ

    ଦେବଗଡ଼:ଦେବଗଡ଼ ଜିଲ୍ଲାର ତି‌ଲେଇବଣି ବ୍ଲକ ବଲଣ୍ଡାଗ୍ରାମରେ ରାଜା ବାସୁଦେବ ଫୁଟବଲ କ୍ଲବ ପକ୍ଷରୁ ଚାଲିଥିବା ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି।ପ୍ରତିଯୋଗିତାରେ ୮ଟି ଦଳ ଅଂଶଗ୍ରହଣ କରିଥିଲେ।ଫାଇନାଲ ମ୍ୟାଚ ଦେବଗଡ ଦଳ ସହିତ ଢୋଲପଡା ଦଳ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ…

    Continue reading
    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି