ଆଜି ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାମର ସମୀକ୍ଷା କରିବେ ମୋଦି

ନୂଆଦିଲ୍ଲୀ: ଆଜି ଉତ୍ତରପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମହାକୁମ୍ଭ ମେଳା ପାଇଁ ବିକାଶମୂଳକ କାମର ସମୀକ୍ଷା କରିବେ। ଏଥିସହ ପ୍ରୟାଗରାଜରେ ୫ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟିଦେବେ। ମଧ୍ୟାହ୍ନରେ ସଙ୍ଗମ ସ୍ଥଳରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ଦର୍ଶନ କରିବେ। ପରେ ଅକ୍ଷୟ ବଟବୃକ୍ଷ ସ୍ଥଳରେ ସ୍ଥଳରେ ପୂଜାର୍ଚ୍ଚନା କରିବେ ପ୍ରଧାନମନ୍ତ୍ରୀ। ପରେ ପରେ ହନୁମାନ ମନ୍ଦିର ଓ ସରସ୍ୱତୀ କୂଅକୁ ଯାଇ ପୂଜା କରିବା କାର୍ୟ୍ୟକ୍ରମ ରହିଛି। ଦିନ ସାଢେ ଗୋଟାଏରେ ମହାକୁମ୍ଭ ପ୍ରଦର୍ଶନୀ ସ୍ଥାନ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ। ଏହାପରେ ଅପରାହ୍ନ ପ୍ରାୟ ୨ଟାରେ ପ୍ରଧାନମନ୍ତ୍ରୀ ପ୍ରୟାଗରାଜରେ ୫୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶୁଭାରମ୍ଭ କରିବେ।

ଯେଉଁଥିରେ ରହିଛି ବିଭିନ୍ନ ରେଳ, ସଡକ, ବିଦ୍ୟୁତ, ପାନୀୟଜଳ ଏବଂ ସ୍ୱାସ୍ଥ୍ୟସେବା ସମ୍ପର୍କିତ ଏକାଧିକ ପ୍ରକଳ୍ପ। ଏଥିସହିତ ଭରଦ୍ୱାଜ ଆଶ୍ରମ କରିଡର, ଶ୍ରୀଙ୍ଗଭରପୁର ଧାମ କରିଡର, ଅକ୍ଷୟଭଟ୍ଟ କରିଡର, ହନୁମାନ ମନ୍ଦିର କରିଡର ଆଦିର ମଧ୍ୟ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ କୁମ୍ଭ ‘ସାହାୟକ’ ଚାଟବଟ୍ ମଧ୍ୟ ଲଞ୍ଚ କରିବେ। ଯାହାକି ଶ୍ରଦ୍ଧାଳୁଙ୍କୁ ମହାକୁମ୍ଭ ମେଳା ୨୦୨୫ ଓ ଏହାର କାର୍ୟ୍ୟକ୍ରମ ବିଷୟରେ ସର୍ବଶେଷ ସୂଚନା ପ୍ରଦାନ କରିବ।
୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବ୍ରୁଆରୀ ୨୬ ଯାଏ ମହାକୁମ୍ଭ ମେଳା ଚାଲିବ। ଏଥିରେ ପ୍ରାୟ ୪୦ କୋଟି ଲୋକଙ୍କର ସମାଗମ ଆଶା କରାଯାଉଛି। ପ୍ରତି ୧୨ ବର୍ଷରେ ଥରେ ପ୍ରୟାଗରାଜରେ ହୋଇଥାଏ ମହାକୁମ୍ଭ ମେଳା।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ