ଆଜି ମହାପ୍ରଭୁଙ୍କ ଖଳିଲାଗି ଏକାଦଶୀ

ପୁରୀ : ସ୍ନାନ ପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତୀ ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି। ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ। ଆଜି ଖଳିଲାଗି ଏକାଦଶୀ। ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଦଶମୂଳ ସେବନ ପରେ ମହାପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହେବେ। ତେବେ ଚାରିଦିନ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ୱରରୁ ଉପଶମ ହୋଇଛନ୍ତି ମହାପ୍ରଭୁ। ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ। ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ଶୁକ୍ରବାର ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଏହି ଦଶମୂଳ ମୋଦକ ଶ୍ରୀମନ୍ଦିରରେ ପହଞ୍ଚିଥିଲା। ଏକାଦଶୀ ତିଥି ପରେ ମହାପ୍ରଭୁଙ୍କୁ ଏହା ଲାଗି କରାଯିବାର ପରମ୍ପରା ରହିଛି। ଆଜି ଖଳିଲାଗି ଏକାଦଶୀରେ ଠାକୁରମାନଙ୍କୁ ଖଳି ଲାଗି କରାଯିବ। ଦଇତା ଓ ପତିମହାପାତ୍ର ସେବାୟତ ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ। ଚନ୍ଦନରେ କର୍ପୂର, କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି। ଆଜି ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବା ସହ ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ। ଏହାପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ତେବେ ମହାପ୍ରଭୁ ଜ୍ୱରରେ ଅସୁସ୍ଥ ଥିବାରୁ ଭୋଗଲାଗି ସମୟରେ ଘଣ୍ଟ ବାଜିବା ବନ୍ଦ ରହିଥାଏ। ଆଜି ଖଳିଲାଗି ସମୟରେ ଘଣ୍ଟ ଓ କାହାଳୀ ବଜାଇ ଶ୍ରୀଜୀଉ ମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି। ଏକାଦଶୀ ତିଥିର ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବାର ବିଧି ରହିଛି। ରବିବାର ଅଣସର ଦ୍ୱାଦଶୀ ନୀତି। ଏହି ନୀତି ବିଶେଷ ମହତ୍ତ୍ବପୂର୍ଣ୍ଣ। କାରଣ, ଏହିଦିନ ରାଜନଅରକୁ ରାଜପ୍ରସାଦ ବିଜେ କରାଯାଏ ଏବଂ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ଦିଆଯାଏ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ