ଆଜି ମିଳିବ ‘ସୁଭଦ୍ରା’ କିସ୍ତି

ଭୁବନେଶ୍ବର : ‘ସୁଭଦ୍ରା’ ଯୋଜନା ଅଧୀନରେ ପ୍ରଥମ, ଦ୍ବିତୀୟ ଏବଂ ତୃତୀୟ କିସ୍ତି ପାଇବାରୁ ବଞ୍ଚିତ ରହିଥିବା ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରାଯିବ। ଏଥିନିମନ୍ତେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୋମବାର ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷରେ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମ ଆୟୋଜନ କରାଯାଉଛି। ଏହି କାର୍ୟ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ ମଧ୍ୟାହ୍ନ ୧୨ଟାରେ ହିତାଧିକାରୀଙ୍କୁ ଏହି ସହାୟତା ରାଶି ପ୍ରଦାନ କରିବେ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
‘ସୁଭଦ୍ରା’ ଯୋଜନାରୁ ବଞ୍ଚିତ ୧,୨୩,୮୪୯ ହିତାଧିକାରୀଙ୍କୁ କିସ୍ତି ଟଙ୍କା ମିଳିବ। ବଞ୍ଚିତ ହିତାଧିକାରୀଙ୍କ ସହ ନୂଆ ଭାବେ ଯୋଡ଼ି ହୋଇଥିବା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ। ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିଥିଲା ଚତୁର୍ଥ କିସ୍ତି। ରାଜ୍ୟର ୧ କୋଟିରୁ ଅଧିକ ମହିଳାଙ୍କ ବ୍ୟାଙ୍କ ଖାତାକୁ ୫ ହଜାର ଟଙ୍କା ଲେଖାଏଁ ଟଙ୍କା ଯାଇଥିଲା। ଏକକାଳୀନ ୫ ହଜାର କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ମୋଟ ୧ କୋଟି ୨ ଲକ୍ଷ ୧୨ ହଜାର ୬୬୫ ଜଣଙ୍କୁ ସୁଭଦ୍ରା ଟଙ୍କା ଦିଆଯାଇଥିଲା। ୨ ଲକ୍ଷ ୧୩ ହଜାର ୧୯୮ଜଣ ନୂଆ ହିତାଧିକାରୀଙ୍କୁ ମଧ୍ୟ ସୁଭଦ୍ରା କିସ୍ତି ମିଳିଥିଲା।

  • Related Posts

    ଉଭେଇ ଗଲା ତାତି

    ଭୁବନେଶ୍ୱର: ଉଭେଇ ଗଲା ତାତି । ଆଗକୁ ତିନି ଦିନ ଯାଏ ତାତି କମ୍ ରହିବ । ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ତଳେ ରହିବ । ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ପାଖାପାଖି ରହିବ…

    Continue reading
    ଆଜିଠୁ ଓଜେଇଇ-୨୦୨୬ ପରୀକ୍ଷା ଆରମ୍ଭ

    ଭୁବନେଶ୍ୱର: ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ । ୧୦ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ