ଆଜି ରାଜ୍ୟରେ ବଢିବ ବର୍ଷା

ଭୁବନେଶ୍ୱର : ରବିବାର ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ରବିବାରଠାରୁ ବର୍ଷା ପୁଣି କ୍ରମଶଃ ବଢ଼ିବ। ସେପ୍ଟେମ୍ବର ୩ ତାରିଖ ପର୍ୟ୍ୟନ୍ତ ବର୍ଷା ପ୍ରକୋପ ଅଧିକ ରହିବା ସମ୍ଭାବନା ଅଛି। ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ନବରଙ୍ଗପୁରରେ ପ୍ରବଳ ବର୍ଷା ଓ କେତେକ ଜିଲ୍ଲାରେ ଘଡ଼ଘଡ଼ି, ପବନ ଏବଂ ବର୍ଷା ଆଶଙ୍କା ରହିଛି। ଏଭଳି ପାଗ ପରବର୍ତ୍ତୀ ଦୁଇଦିନ ମଧ୍ୟ ରହିବ। ଶନିବାର ପାରାଦୀପ ଓ ଭୁବନେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ସନ୍ଧ୍ୟା ସାଢ଼େ ୫ଟା ଭିତରେ ପାରାଦୀପରେ ୩୦ ମିଲିମିଟର, ରାଜଧାନୀରେ ୨୨.୧ ମିମି ବର୍ଷା ରେକର୍ଡ ହୋଇଥିଲା। ସନ୍ଧ୍ୟାରେ ବି ଝିପିଝିପି ବର୍ଷା ଲାଗି ରହିଥିଲା। ଅନ୍ୟପଟେ ଶନିବାର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ବଢ଼ିଛି । କୋରାପୁଟରେ ୩୫.୫ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ଥିବାବେଳେ ଟିଟିଲାଗଡ଼ରେ ୩୫, ସମ୍ବଲପୁରରେ ୩୫, ଭବାନୀପାଟଣାରେ ୩୪.୫, ବୌଦ୍ଧରେ ୩୪, ପୁରୀରେ ୩୪ ଡିଗ୍ରୀ ଥିଲା। ଅନେକ ସ୍ଥାନରେ ପାରଦ ୩୩ ଡିଗ୍ରୀ ଟପିଥିଲା। ଗରମ ବି ସାମାନ୍ୟ ଅନୁଭୂତ ହେଉଥିଲା ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ