ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଉ କିଛି ସମୟ ପରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧକ୍ଷତା ଲୋକସେବା ଭବନରେ ବସିବ ବୈଠକ । ୭ଟି ଏଜେଣ୍ଡା ଉପରେ ମୋହର ମାରିପାରେ ରାଜ୍ୟ କ୍ୟାବିନେଟ ।

ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ୩୮ତମ ରାଜ୍ୟ କ୍ୟାବିନେଟ୍‌ ବୈଠକକୁ ପଞ୍ଚାୟତିରାଜ, ନିର୍ମାଣ, ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ସାଧାରଣ ପ୍ରଶାସନ ବିଭାଗ ସମେତ ଆଉ କେତେକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆସିବ ବୋଲି ଜଣାପଡ଼ିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ମଧ୍ୟରେ ରହିଛି ପଞ୍ଚାୟତିରାଜ ଏବଂ ନିର୍ମାଣ ବିଭାଗ। ଆଗାମୀ ଦିନରେ ରାଜ୍ୟବାସୀଙ୍କ ନିକଟରେ ଶତପ୍ରତିଶତ ପାଇପ୍‌ ଯୋଗେ ପାନୀୟଜଳ ପହଞ୍ଚାଇବା ଏବଂ ଏହାର ରକ୍ଷଣାବେକ୍ଷଣ ଲାଗି ସରକାର ନୂତନ ନୀତି ଆଣିବାକୁ ପ୍ରସ୍ତାବ ରଖିଛନ୍ତି। ଏହାକୁ ଉକ୍ତ ବୈଠକରେ ଅନୁମୋଦନ ମିଳିବା ନେଇ ବିଭାଗ ଆଶାବାଦୀ ରହିଛି। ସେହିପରି ନିର୍ମାଣ ବିଭାଗ ପକ୍ଷରୁ ଏକ ଗୁୁରୁତ୍ୱପୂର୍ଣ୍ଣ ସେତୁର ଟେଣ୍ଡର ପ୍ରସ୍ତାବ ମଧ୍ୟ ଆସିବାକୁ ରହିଛି। ଉଲ୍ଲେଖଯୋଗ୍ୟ, ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଇତିମଧ୍ୟରେ ୩୭ଟି କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇସାରିଛି। ସେଥିମଧ୍ୟରେ ମହିଳାଙ୍କୁ ସଶକ୍ତୀକରଣ ଲାଗି ‘ସୁଭଦ୍ରା’ଠାରୁ ଆରମ୍ଭକରି ଚାଷୀଙ୍କ ପାଇଁ ଇନ୍‌ପୁଟ୍‌ ସବ୍‌ସିଡି, ୮୦ ବର୍ଷରୁ ଊର୍ଦ୍ଧ୍ୱ ବାର୍ଦ୍ଧକ୍ୟମାନଙ୍କ ଲାଗି ୩,୫୦୦ଟଙ୍କାର ଭତ୍ତା ଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।

  • Related Posts

    ଛାତ୍ରୀଙ୍କୁ ନିର୍ୟାତନା: ପଦରୁ ହଟିଲେ ଓଡ଼ିଆ ବିଭାଗ ଏଚ୍‌ଓଡି

    ବାଲେଶ୍ୱର: ଜଣେ ଛାତ୍ରୀଙ୍କୁ ନିର୍ୟାତନା ଦେବା ଅଭିଯୋଗରେ ଫକୀର ମୋହନ ସ୍ୱୟଂଶାସିତ କଲେଜର ଓଡ଼ିଆ ବିଭାଗର ବିଭାଗୀୟ ମୁଖ୍ୟ (ଏଚ୍‌ଓଡି) ତଥା ଆସିଷ୍ଟାଣ୍ଟ ପ୍ରଫେସର ଡ. ସନ୍ତୋଷ କୁମାର ନାୟକଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି।ଏହି ମାମଲାକୁ କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…

    Continue reading
    ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ, ପ୍ରଧାନଶିକ୍ଷକ ନିଲମ୍ବିତ

    ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ