ଆଜି ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫: ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମିଶନ ଶକ୍ତି ବିଭାଗ ପକ୍ଷରୁ “ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ଅନୁଷ୍ଠିତ ହେବ। ସାରା ଭାରତରୁ ଲକ୍ଷପତି ଦିଦିମାନେ ଏକାଠି ହୋଇ ସେମାନଙ୍କ ସଫଳତା ଏବଂ ନିରନ୍ତର ଯାତ୍ରାର କାହାଣୀ ବର୍ଣ୍ଣନା କରିବେ । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହେବାକୁ ଥିବା ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେବେ । ଏହି ଅବସରରେ ସ୍ୱୟଂ ସହାୟକ ଗୋଷ୍ଠୀ ଆଧାରିତ ଆର୍ଥିକ କାର୍ୟ୍ୟକଳାପ ଜରିଆରେ ବାର୍ଷିକ ଏକ ଲକ୍ଷ ଟଙ୍କା ବା ତଦ୍ଦୁର୍ଦ୍ଧ ଆୟ କରିଥିବା ଲକ୍ଷପତି ଦିଦିମାନଙ୍କୁ ପ୍ରୋତ୍ସାହନ ଦେବା ସହ ସମ୍ମାନିତ କରାଯିବ ।

ସୂଚନାଯୋଗ୍ୟ, ଦେଶର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସଫଳତାକୁ ସମର୍ଥନ ଦେବା ସହ ଗ୍ରାମୀଣ ମହିଳା ଉଦ୍ୟାଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଏହି ସମ୍ମିଳନୀ ଆୟୋଜନ କରାଯାଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ୩ କୋଟି ଲକ୍ଷପତି ଦିଦିଙ୍କୁ ସଶକ୍ତ କରିବା ଏବଂ ମହିଳା ନେତୃତ୍ୱାଧୀନ ବିକାଶକୁ ପ୍ରୋତ୍ସାହନ ଦେବାରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଏହି ସମ୍ମିଳନୀ ସଶକ୍ତ କରିବ । ଦେଶର ୨୫ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଲକ୍ଷପତି ଦିଦି କାର୍ୟ୍ୟକ୍ରମରେ ଯୋଗଦେବେ । ଏହି ସମ୍ମିଳନୀରେ ସରକାରୀ ଅଧିକାରୀ, ଜାତିସଂଘ ପ୍ରତିଷ୍ଠାନ, ଜାତୀୟ ଗ୍ରାମୀଣ ଜୀବିକା ମିଶନ ଏବଂ ବିଭିନ୍ନ ରାଜ୍ୟ ଜୀବିକା ମିଶନର ଅଧିକାରୀମାନେ ମଧ୍ୟ ଅଂଶଗ୍ରହଣ କରିବେ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ