ଆଜି ଲଘୁଚାପ: ୨୨ରୁ ଦକ୍ଷିଣରେ ପ୍ରବଳ ବର୍ଷା

ଭୁବନେଶ୍ବର : ଉତ୍ତର ଥାଇଲାଣ୍ଡରେ ସୃଷ୍ଟ ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରରେ ପହଞ୍ଚିଛି। ଶନିବାର ସନ୍ଧ୍ୟା ସୁଦ୍ଧା ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନ ରହିଛି। ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହଁାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲ ଏବଂ ଅନ୍ୟ ପାଣିପାଗ ବିଜ୍ଞାନୀ ସମ୍ଭାବ୍ୟ ଲଘୁଚାପ ବାତ୍ୟା ରୂପ ନେବ ବୋଲି କହୁଥିବା ବେଳେ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି)ଏହା ଉପରେ କିଛି ସ୍ପଷ୍ଟ କରିନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ତୀବ୍ରତା ଏବଂ ଗତିପଥ ଉପରେ ସ୍ପଷ୍ଟତା ଆସିବ ବୋଲି ଆଇଏମ୍‌ଡି କହି ଆସୁଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୨୨ ତାରିଖରୁ ୩ ଦିନ ଧରି ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ସଦ୍ୟ ସାଟେଲାଇଟ୍ ଚିତ୍ରରେ ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ବାଦଲ ଅଧିକ ଘନୀଭୂତ ହେଉଥିବା ଦେଖାଯାଉଛି। ୧୯ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହୋଇ ଆହୁରି ଘନୀଭୂତ ହୋଇପାରେ। ବିଶ୍ୱ ଓ ଭାରତୀୟ ପାଣିପାଗ ମଡେଲ୍‌ର ଆକଳନ ଅନୁସାରେ, ଲଘୁଚାପ ସୃଷ୍ଟି ହେବା ପରେ ଏହା ଧୀରେଧୀରେ ଶକ୍ତିଶାଳୀ ହୋଇପାରେ। ଅବପାତ ଏବଂ ପରେ ଗଭୀର ଅବପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଆହୁରି ଶକ୍ତିଶାଳୀ ହୋଇ ବାତ୍ୟା ହେବାର ସମ୍ଭାବନାକୁ ଏବେ ବାଦ୍ ଦିଆଯାଇପାରୁ ନାହିଁ। କିନ୍ତୁ ଏଥିରେ ସମସ୍ତ ମଡେଲ୍‌ ଏ ପର୍ଯ୍ୟନ୍ତ ଏକମତ ହୋଇନାହାନ୍ତି। ଇସିଏମ୍‌ଡବ୍ଲ୍ୟୁଏଫ୍‌, ଇପିଏସ୍‌ ଓ ଜିଏଫଏସ୍‌, ଜିଇଏଫଏସ୍‌ ଆକଳନରେ ପୂର୍ବ ତୁଳନାରେ ଗତିପଥ କିଛି ଅଧିକ ଉତ୍ତର ଆଡ଼କୁ ଯାଉଥିବା ସଙ୍କେତ ମିଳୁଛି। ଫଳରେ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳ ଉପରେ ନଜର ବଢ଼ିଛି। ୨୨ ତାରିଖରୁ ଓଡ଼ିଶାରେ ବର୍ଷା ବଢ଼ିପାରେ। ୨୩ରୁ ୨୫ତାରିଖ ମଧ୍ୟରେ ମୁଖ୍ୟ ବର୍ଷା ସମୟ ହୋଇପାରେ। ଗତିପଥ ଉତ୍ତର ଆଡ଼କୁ ରହିଲେ ଉପକୂଳ, ଉତ୍ତର ଉପକୂଳ ଓ ଏହାକୁ ଲାଗିଥିବା ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଅଧିକ ବର୍ଷାର ସମ୍ଭାବନା ରହିବ। ଗତି ଧୀର ହେଲେ ୨୫ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରଭାବ ରହିପାରେ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ