ଆଜି ଲଞ୍ଚ ହେବ ସ୍ପେଡେକ୍ସ ମିଶନ୍

ନୂଆଦିଲ୍ଲୀ: ବର୍ଷ ସରିବା ଆଗରୁ ମହାକାଶ ଗବେଷଣାରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ ଲକ୍ଷ୍ୟରେ ଭାରତ। ଆଜି ସ୍ପେଶ୍ ଡକିଂ ଏକ୍ସପେରିମେଣ୍ଟ ବା ସ୍ପେଡେକ୍ସ ମିଶନ୍ ଲଞ୍ଚ କରିବ ଇସ୍ରୋ। ଆଜି ରାତି ୯ଟା ୫୮ରେ PSLV-C60 ରକେଟ୍ ସାହାଯ୍ୟରେ ଏହାକୁ ଉତକ୍ଷେପଣ କରାଯିବ ।

ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟ୍ଟାସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରର ପ୍ରଥମ ଲଞ୍ଚ ପ୍ୟାଡରୁ ମହାକାଶକୁ ଯିବ ୨ଟି ସ୍ପେଶକ୍ରାଫ୍ଟ। ୨୨୦ କିଲୋଗ୍ରାମ ଓଜନ ବିଶିଷ୍ଟ ଚେଜର୍ ଓ ଟାର୍ଗେଟ୍ ସ୍ପେଶକ୍ରାଫ୍ଟକୁ ମହାକାଶରେ ଯୋଡ଼ିବ ଇସ୍ରୋ । ଏହାକୁ କୁହାଯାଉଛି ଇନସ୍ପେଶ୍ ଡକିଂ।

ଭୂପୃଷ୍ଠରୁ ୪୭୦ କିଲୋମିଟର ଉଚ୍ଚତାରେ ଏକ ବୃତ୍ତାକାର କକ୍ଷପଥରେ ଦୁଇଟି ଯାକ ସ୍ପେଶକ୍ରାଫ୍ଟ ବୁଲୁଥିବା ବେଳେ, ଏହାକୁ ଡକିଂ ଓ ଅନଡକିଂ କରାଯିବ । ଏଥିସହ ଅନଡକିଂ ପୂର୍ବରୁ ଦୁଇଟି ସ୍ପେଶକ୍ରାଫ୍ଟ ମଧ୍ୟରେ ବିଦ୍ୟୁତ ଶକ୍ତି ଆଦାନପ୍ରଦାନ ହେବ।ଏହା ଖୁବ୍ ଜଟିଳ ପ୍ରକ୍ରିୟା ହୋଇଥିବା ବେଳେ, ଏଥିପାଇଁ ସ୍ୱଦେଶୀ ଜ୍ଞାନକୌଶଳ ଉପଯୋଗ କରିବ ଇସ୍ରୋ । ମିଶନ ସଫଳ ହେଲେ ଆମେରିକା, ରୁଷ ଓ ଚୀନ୍ ପରେ ଅନ୍ତରୀକ୍ଷ ଡକିଂ କରିବାରେ ଭାରତ ଚତୁର୍ଥ ଦେଶ ପାଲଟିବ। ଚନ୍ଦ୍ରଯାନ-୪ ଏବଂ ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ ସ୍ଥାପନରେ ଏହି ଟେକନୋଲୋଜି ଖୁବ୍ ସହାୟକ ହେବ।

  • Related Posts

    କୂଅକୁ କାର୍ ଖସି ୯ ମୃତ

    ମୁମ୍ବାଇ : ମହାରାଷ୍ଟ୍ରର ନାସିକ୍ ଜିଲ୍ଲାର ଡିଣ୍ଡୋରିରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ଡିଣ୍ଡୋରିର ଶିବାଜୀ ନଗର ଅଞ୍ଚଳରେ ଏକ ମାରୁତି କାର କୂଅ ଭିତରକୁ ଖସି ପଡ଼ିଛି। ଏହି ଦୁର୍ଘଟଣାରେ କାରରେ ଥିବା ଗୋଟିଏ ପରିବାରର ନଅ ଜଣ…

    Continue reading
    ଆଫଗାନିସ୍ତାନ ଭୂମିକମ୍ପ: ୮ମୃତ

    ନୂଆଦିଲ୍ଲୀ: ଶୁକ୍ରବାର ରାତିରେ ପାକିସ୍ତାନ ଏବଂ ଆଫଗାନିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ପାକିସ୍ତାନ ପାଣିପାଗ ବିଭାଗ (ପିଏମଡି) ରିପୋର୍ଟ କରିଛି ଯେ, ଦେଶର ବିଭିନ୍ନ ସ୍ଥାନରେ ୬.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର କେନ୍ଦ୍ର ଭୂପୃଷ୍ଠରୁ ୧୯୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ