ଆଜି ଶିଳାନ୍ୟାସ ହେବ ଦେଶର ପ୍ରଥମ ଥ୍ରୀଡି ଚିପ୍‌ ପ୍ୟାକେଜିଂ ୟୁନିଟ୍

ଭୁବନେଶ୍ୱର: ଦେଶର ପ୍ରଥମ ଅତ୍ୟାଧୁନିକ ଥ୍ରୀଡି ଚିପ୍ ପ୍ୟାକେଜିଂ ୟୁନିଟ୍ ଇନଫୋଭ୍ୟାଲିରେ ହେବାକୁ ଯାଉଛି । ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶିଳାନ୍ୟାସ କରିବେ । ଏହି ହେଟେରୋଜେନ୍ସ ଇଣ୍ଟିଗ୍ରେସନ ପ୍ୟାକେଜିଂ ସଲ୍ୟୁସନ୍ସ(ଥ୍ରୀଡିଜିଏସ୍) ସେମିକଣ୍ଡକ୍ଟର ଇନୋଭେସନ ଅଧୀନରେ ପ୍ରତିଷ୍ଠା ହେବାକୁ ଯାଉଛି । ଏହି ପ୍ରକଳ୍ପରେ ପ୍ରାୟ ୧୯୪୪ କୋଟି ଟଙ୍କା ପୁଞ୍ଜିନିବେଶ କରାଯିବାର ଲକ୍ଷ୍ୟ ରହିଛି ।

ଶିଳାନ୍ୟାସ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସ୍ୱାସ୍ଥ୍ୟମନ୍ତ୍ରୀ ତଥା ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ରହିବେ । ଏହି ପ୍ରକଳ୍ପରୁ ବର୍ଷକୁ ୭୦ ହଜାର ପ୍ୟାନେଲ ଓ ୧୩,୩୦୦ ଥ୍ରୀଡିଏଚ୍ଆଇ ମଡ୍ୟୁଲ ଉତ୍ପାଦନ ଲକ୍ଷ୍ୟ ରହିଛି । ଏହା ଗ୍ଲାସ ସବଷ୍ଟେ୍ରଟ୍ ଆଧାରିତ ସେମିକଣ୍ଡକ୍ଟର ପ୍ୟାକେଜିଂ ଟେକ୍ନୋଲୋଜି । ଏହା ସେମିକଣ୍ଡକ୍ଟର ଫାବ୍ରିକେସନ ୟୁନିଟ୍ ଓ ଥ୍ରୀଡି ଚିପ୍ ପ୍ୟାକେଜିଂ କ୍ଷେତ୍ରରେ ଦେଶରେ ପ୍ରଥମ ହେବ । ଏଠାରୁ ଯେଉଁ ଚିପ୍ ଉତ୍ପାଦନ ହେବ ତାକୁ ଏରୋସ୍ପେସ୍, ପ୍ରତିରକ୍ଷା, କୃତ୍ରିମ ବୁଦ୍ଧିମତ୍ତା (ଏଆଇ), ୫-ଜି ଟେକ୍ନୋଲୋଜି ଓ ଡାଟା ସେଣ୍ଟରରେ ବ୍ୟବହାର କରାଯିବ । ଏହି ଶିଳ୍ପ ଦ୍ୱାରା ପ୍ରାୟ ୨୫୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଅତ୍ୟାଧୁନିକ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରରେ ଦେଶକୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ଏହାକୁ ପ୍ରତିଷ୍ଠା କରାଯାଉଛି।

  • Related Posts

    ସୋଆ ‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ

    ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ‘ଜାଗୋ’ କ୍ଲବ ପକ୍ଷରୁ ସୋମବାର ଜଳ ସେବା ଶିବିର ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ହୋଇଯାଇଛି । ଏହି ମହତ୍ କାର୍ଯ୍ୟ ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଶାନ୍ତ…

    Continue reading
    ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

    ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଓଡ଼ିଶାର କୃଷିଭିତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ପାଳିତ ହୋଇଯାଇଛି । ନୂଆଗାଁ ସ୍ଥିତ ସୋଆ ଅନ୍ତର୍ଗତ ଆଇ.ଏନ.ଏସ ଫାର୍ମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ