ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ସନ୍ଧ୍ୟା ୬ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ୟ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ୟ୍ୟନ୍ତ ଅର୍ଥାତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ଏହି ବିଶେଷ ନୀତି ପାଳନ କରାଯାଏ। ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର, ମହାସ୍ନାନ କରାଯିବ।ଏହି ନୀତି ଅବସରରେ ମହାପ୍ରଭୁଙ୍କ ଶ୍ରୀମୁଖର ବିଶେଷ ଶୃଙ୍ଗାର କରାଯାଏ। ପ୍ରାକୃତିକ ରଙ୍ଗ ଓ ଔଷଧୀୟ ଦ୍ରବ୍ୟ ବ୍ୟବହାର କରି ଶ୍ରୀବିଗ୍ରହମାନଙ୍କ ଅଙ୍ଗର ନବୀକରଣ କରାଯାଏ, ଯାହାକୁ ‘ବନକଲାଗି’ କୁହାଯାଏ। ଏଥିପାଇଁ ପ୍ରଥମେ ମହାପ୍ରଭୁଙ୍କୁ ମହାସ୍ନାନ କରାଯାଇ, ପରେ ଶୃଙ୍ଗାର କାର୍ୟ୍ୟ ଆରମ୍ଭ ହୁଏ।ଏହି ନୀତି ସମୟରେ ମନ୍ଦିରର ଭିତରେ ଗୁପ୍ତ ଓ ପାରମ୍ପରିକ ପ୍ରକ୍ରିୟାରେ କାମ ହେବାରୁ ସାଧାରଣ ଭକ୍ତମାନଙ୍କ ପାଇଁ ଦର୍ଶନ ବନ୍ଦ ରହିଥାଏ। ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ସମାପ୍ତ ହେବା ପରେ ଏହି ନୀତି ଆରମ୍ଭ ହେବ।ସେଥିପାଇଁ ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ଦର୍ଶନ ବନ୍ଦ ରହିବ।

  • Related Posts

    ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି, ମାଲକାନଗିରି, ରାୟଗଡ଼ାରେ ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ଏବଂ ନୟାଗଡ଼ ଓ ନୂଆପଡ଼ାରେ ଦୁଇଟି ସରକାରୀ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ହେବ।…

    Continue reading
    ଭୁବନେଶ୍ୱରକୁ ୬ଟି ଜୋନ୍‌ରେ ବାଣ୍ଟିଲା ବିଏମ୍‌ସି

    ଭୁବନେଶ୍ୱର,: ବିଏମ୍‌ସିି ୩ରୁ ୬ଟି ଜୋନ୍‌ରେ ବାଣ୍ଟି ହୋଇଛି । ଜୋନ୍ ଅଫିସର ମାତ୍ରାଧିକ ଚାପକୁ ହ୍ରାସ କରିବା ଏବଂ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏବେ ପ୍ରତି ଜୋନ୍‌ରେ ୧୨ ଲେଖାଁଏ ୱାର୍ଡ ରହିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ