ଆଜି ସନ୍ଧ୍ୟା ସୁଦ୍ଧା ସୃଷ୍ଟିହେବ ବାତ୍ୟା ‘ଅକ୍ୱାନ’

ଭୁବନେଶ୍ୱର,: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର ଅବପାତରେ ପରିଣତ ହୋଇଛି। ଏହା ପ୍ରଭାବରେ ସୋମବାର ବାତ୍ୟା ‘ଅକ୍ୱାନ’ ସୃଷ୍ଟିହେବ। ପରବର୍ତ୍ତୀ ସମୟରେ ଆହୁରି ଶକ୍ତିଶାଳୀ ହୋଇ ୧୭ ତାରିଖ ମଙ୍ଗଳବାର ବେଳକୁ ଭୀଷଣ ଓ ପରବର୍ତ୍ତୀ ୨ଦିନ ମଧ୍ୟରେ ଅର୍ଥାତ୍‌ ୧୯ ତାରିଖ ବେଳକୁ ଅତି ଭୀଷଣ ବାତ୍ୟାର ରୂପ ନେବ। ଏହି ସମୟରେ ପବନର ଘଣ୍ଟା ପ୍ରତି ବେଗ ସର୍ବାଧିକ ୧୪୫ କି.ମି. ରହିବ। ଅତି ଭୀଷଣ ବାତ୍ୟା କ୍ରମଶଃ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆନ୍ଧ୍ରପ୍ରଦେଶ ଉପକୂଳ ମୁହଁା ହେବା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ସିଷ୍ଟମର ଗତିପଥ ସ୍ପଷ୍ଟ ହେବା ପରେ ହିଁ ପ୍ରକୃତ ସ୍ଥଳଭାଗ ଏବଂ ପ୍ରଭାବ କେଉଁଠି କେତେ ରହିବ, ସେନେଇ ଠିକ୍‌ ଆକଳନ କରାଯାଇପାରିବ। ତେବେ ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଉପକୂଳ ମୁହାଁ ହେଲେ ବି ଓଡ଼ିଶା ଉପରେ ପ୍ରଭାବ ଦେଖାଇବ। ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ୪ଦିନ ଧରି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା, ପବନ ହେବ। ୧୮ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା ଓ ନୟାଗଡ଼ ଜିଲାରେ ଝଡ଼ବର୍ଷା ସହ ୪୦ ରୁ ୫୦ କି.ମି. ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି। ୧୯ରୁ ରାଜ୍ୟରେ ବର୍ଷା ଓ ପବନର ପରିମାଣ ବଢ଼ିବା ସହ ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୫୦ ରୁ ୬୦ କି.ମି. ବେଗରେ ପବନ ବହିବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାକୁ ଝଡ଼ବର୍ଷା ସହ ସର୍ବାଧିକ ୬୦ କି.ମି. ବେଗରେ ପବନ ବହିବା ନେଇ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ସର୍ବାଧିକ ୬୦ କି.ମି. ପର୍ଯ୍ୟନ୍ତ ଝଟ୍‌କା ପବନ ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀରକୁ ପ୍ରବଳ ବର୍ଷା ପବନ ପାଇଁ ୟେଲୋ ଓ୍ବାର୍ନିଂ ରହିଛି। ସେହିପରି ୨୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନ୍ୟ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

  • Related Posts

    ଜଳସେଚନ ବିଭାଗର ବଡ଼ ତତ୍ପରତା: ୩ ଡ୍ୟାମ୍‌ରୁ ଜଳ ନିଷ୍କାସନ ଆରମ୍ଭ

    ଭୁବନେଶ୍ଵର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗର ବଡ଼ ତତ୍ପରତା । ଗଞ୍ଜାମ, ଗଜପତି, କନ୍ଧମାଳରେ ବେଶୀ ବର୍ଷା ନେଇ EICଙ୍କ ସୂଚନା । ୨୧ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ସେଥିପାଇଁ…

    Continue reading
    ବିଧାନସଭା ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା

    ଭୁବନେଶ୍ୱର:୧୮ରୁ ବିଧାନସଭାର ଅଷ୍ଟମ ଅଧିବେଶନ। ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା ପାଇଁ ଘୋଷଣା । ଏନେଇ ବିଜ୍ଞପ୍ତି ଜାରି କଲା କମିଶନରେଟ୍ ପୋଲିସ୍ । ବିଧାନସଭା ଦେଇ ବା ସଂଲଗ୍ନ ରାସ୍ତାରେ ସର୍ବସାଧାରଣ ଯାତାୟତ ମନା । ବିଧାନସଭା ପରିସରରେ ସୁରକ୍ଷା ଦୃଷ୍ଟିରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !