ଆଜି ହେବ ମାଆ ତାରାତାରିଣୀଙ୍କ ମହାସ୍ନାନ

ଗଞ୍ଜାମ: ମାଆ ତାରାତାରିଣୀଙ୍କୁ ଦୁର୍ବୃତ୍ତ ମାନେ ଛୁଇଁବା ପରେ ଆଜି ହେବ ମହାସ୍ନାନ। ପ୍ରଥମେ ପୂର୍ଣ୍ଣତୟା ଋଷିକୂଲ୍ୟା ନଦୀ ନିକଟରେ ଏକତ୍ରିତ ହେବେ ସେବାୟତ ପରିବାରର ମାଆ ଓ ଭଉଣୀମାନେ। ନଦୀରେ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ୧୦୮ ଗରାରେ ପାଣି ଧରିବେ ସେବାୟତମାନେ। ୧୦୮ ଗରାରେ ପାଣି ଧରି ୯୯୯ ପାହାଚ ଚଢ଼ି ସେବାୟତ ମାନେ ମା’ଙ୍କ ମନ୍ଦିର ଉପରକୁ ଯିବେ। ମନ୍ଦିର ଉପରେ ମା’ଙ୍କୁ ପ୍ରଥମେ ମହାସ୍ନାନ କରାଯି। ଏହାପରେ ଶ୍ରୀ ସୁପ୍ତ, ଦେବୀ ସୁପ୍ତ ସହ ବାତ୍ରୀ ସୁପ୍ତ ଭଳି ଏହି ତିନୋଟି ସୁପ୍ତକୁ ୧୦୮ଥର ପଠନ କରାଯିବ । ଏହାପରେ ମା’ଙ୍କ ବିଭିନ୍ନ ରୀତିନୀତିରେ ପୂଜାର୍ଚ୍ଚନା କରାଯିବା ପରେ ଭକ୍ତ ମାନଙ୍କୁ ଦର୍ଶନ ଦେବେ ମାଆ ତାରାତାରିଣୀ।‌ ଗତ ୬ ତାରିଖରେ ମା’ଙ୍କ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ସହ ରୂପା ଅଳଙ୍କାରକୁ ଚୋର ମାନେ ଚୋରି କରିଥିଲେ। ମା’ଙ୍କୁ ଚୋର ମାନେ ସ୍ପର୍ଶ କରିଥିବା ଯୋଗୁଁ ମା’ଙ୍କୁ ଏଭଳି ମହାସ୍ନାନ କରାଯିବ।

  • Related Posts

    ରାଜ୍ୟରେ ଏଲପିଜି ଗ୍ୟାସ କଳାବଜାରୀ ରୋକିବା ଉଦ୍ଦେଶ୍ୟରେ କାର୍ଯ୍ୟାନୁଷ୍ଠାନ

    ୧୦/୦୪/୨୬,ଭୁବନେଶ୍ୱର: ରାଜ୍ୟରେ ଏଲପିଜି ଗ୍ୟାସ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି । ମାତ୍ର କୌଣସି କାରଣ ନଥାଇ କିଛି ଅସାଧୁ ବ୍ୟକ୍ତି ବେଆଇନ ଭାବରେ ଗ୍ଯାସ ସିଲିଣ୍ଡର ମହଜୁଦ ରଖିବା ଖବର ସରକାରଙ୍କ ଦୃଷ୍ଟିକୁ ଆସିଛି । ଏହାକୁ ଭିତ୍ତିକରି ଯୋଗାଣ…

    Continue reading
    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ