ପୁରୀ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ଅନୁଷ୍ଠିତ ହେବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ସେଥିପାଇଁ ସା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ହେଲେ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।
କୌଣସି ବି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର :ସାହିଗଳିରେ ବିଦ୍ୟା ଆରମ୍ଭ ପର୍ବକୁ ଉତ୍ସବ ଭାବେ ପାଳନ କରାଯାଉଛି। ଏହାଦ୍ୱାରା ପିଲାଙ୍କ ନାମଲେଖା ପାଇଁ ବାପା ମା’ମାନେ ଉତ୍ସାହିତ ହେଉଛନ୍ତି। ଆଜି ରାଜ୍ୟ ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମ-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…




