ଆଜି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ପୁରୀ: ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି। ଏହି ନୀତି ପାଇଁ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ବନକଲାଗି ନୀତି ଆରମ୍ଭ ହେବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ଶ୍ରୀଜିଉଙ୍କ ଶ୍ରୀମୁଖ ସିଂହାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ