ଆତ୍ମସମର୍ପଣ କଲେ ୨୨ ମାଓବାଦୀ

ମାଲକାନଗିରି: ହିଂସା ପଥ ଛାଡ଼ି ଅସ୍ତ୍ର ଛାଡ଼ିଲେ ୨୨ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବସ୍ତର IG ଏବଂ ନାରାୟଣପୁର ଜିଲ୍ଲା SPଙ୍କ ନିକଟରେ ୨୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନେ ଦୀର୍ଘ ବର୍ଷ ଧରି ମାଓ ସଙ୍ଗଠନରେ ରହି ଅନେକ ହିଂସାକାଣ୍ଡରେ ଜଡ଼ିତ ଥିଲେ। ଏମାନଙ୍କ ମୁଣ୍ଡ ଉପରେ ମୋଟ ୩୭ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ଼ ସରକାର।

ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୧୪ ପୁରୁଷ ଥିବାବେଳେ ୮ ଜଣ ମହିଳା ରହିଛନ୍ତି। ସୁରକ୍ଷା ବାହିନୀର ଲଗାତାର ମାଓ ବିରୋଧୀ ଅଭିଯାନ ଦ୍ବାରା ହତୋତ୍ସାହିତ ହୋଇ ସଙ୍ଗଠନର ଆଭିମୁଖ୍ୟ ପ୍ରତି ବିତସ୍ପୃହ ହୋଇ ଆତ୍ମସମର୍ପଣ କରିଥିବା ମାଓବାଦୀମାନେ କହିଛନ୍ତି। ସରକାରଙ୍କ ପକ୍ଷରୁ ଘୋଷିତ ଆକର୍ଷଣୀୟ ପ୍ୟାକେଜ୍ ମଧ୍ୟ ସେମାନଙ୍କୁ ଏ ଦିଗରେ ପ୍ରୋତ୍ସାହିତ କରିଛି। ଏମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିୟମ ଅନୁଯାୟୀ ଥଇଥାନ କରାଯିବ ଏବଂ ମୁଖ୍ୟସ୍ରୋତରେ ସାମିଲ କରାଯିବ ବୋଲି ବସ୍ତର IG ସୁନ୍ଦର ରାଜ ପି କହିଛନ୍ତି।

  • Garvita Odia

    Related Posts

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ବାଲିପାଟଣା: ଭୁବନେଶ୍ବର ଉପକଣ୍ଠ ବାଲିପାଟଣା ଉପନିବନ୍ଧକ କାର୍ୟ୍ୟାଳୟର କାର୍ୟ୍ୟରତ କର୍ମଚାରୀ ବୁଧବାର ଦିନ ଅପରାହ୍‌ଣରେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ବାଗଲପୁର ଗ୍ରାମର ବୁଢ଼ୀ ମା’ ମଙ୍ଗଳା ଟ୍ରଷ୍ଟ ରେଜିଷ୍ଟେସନ କରାଇ ଦେବାକୁ ଲାଞ୍ଚୁଆ ବାବୁ ୪ ହଜାର ଟଙ୍କା ଦାବି କରିଥିଲେ।…

    ବନ୍ଦ କୋଠରୀ ଭିତରୁ ମିଳିଲା ଦମ୍ପତିଙ୍କ ଝୁଲନ୍ତା ମୃତଦେହ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ରାଜନଗର ବ୍ଲକ୍ ଅନ୍ତର୍ଗତ ନଳିତାପାଟିଆ ଗାଁରେ ଏକ ବନ୍ଦ କୋଠରୀ ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ବୁଧବାର ସକାଳୁ ଗ୍ରାମବାସୀ ଉଭୟଙ୍କ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ତାଳଚୁଆ ସାମୁଦ୍ରିକ ଥାନା…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    ରାଜ୍ୟ କ୍ୟାବିନେଟ୍‌ରେ ୧୩ ପ୍ରସ୍ତାବକୁ ମଂଜୁରୀ

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    କଂଗ୍ରେସ କର୍ମୀଙ୍କୁ ଜଗିବ AI କ୍ୟାମେରା ଓ ଡ୍ରୋନ୍

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ବିଜେଡି ଆନ୍ଦୋଳନ ମାଧ୍ୟମରେ ନିଜର ଅସ୍ଥିତ୍ବ ରକ୍ଷା କରିବାକୁ ଉଦ୍ୟମ କରୁଥିଲା:ବିଜେପି

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଶିକ୍ଷା ଓ ଅନୁସନ୍ଧାନ : ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉକ୍ରର୍ଷ କେନ୍ଦ୍ର

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର କର୍ମଚାରୀ

    ଭିଜିଲାନ୍ସ ହାବୁଡ଼ରେ ଉପନିବନ୍ଧକ କାର୍ୟ୍ୟାଳୟର  କର୍ମଚାରୀ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ

    ବାଲେଶ୍ବର ପୀଡ଼ିତାଙ୍କ ପାଇଁ ସଂସଦରେ ସ୍ବର ଉଠାଇବ କଂଗ୍ରେସ