ଆତ୍ମହତ୍ୟା ନୁହେଁ, ଦୁଇ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲା ବାପା

ନୟାଗଡ: ଆତ୍ମହତ୍ୟା ନୁହେଁ, ଦୁଇ ପୁଅଙ୍କୁ ତଣ୍ଟି ଚିପି ହତ୍ୟା କରିଥିଲା ବାପା। ୨ୟ ବିବାହ କରିବା ନିଶାରେ ବାପା ପୁଅମାନଙ୍କୁ ହତ୍ୟା କରି ଘରେ ଟାଙ୍ଗି ଦେଇ ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟା କରିଥିଲା। ଅଭିଯୁକ୍ତ ବାପା ପ୍ରକାଶ ମହାନ୍ତି ପୁଲିସ ଆଗରେ ସତ ମାନିବା ସହିତ ଘଟଣା ଉପରୁ ପରଦା ହଟିଛି। ଏହି ହତ୍ୟାକାଣ୍ଡରେ ଦୁଇ ନାବାଳକଙ୍କ ଜେଜେ ମା’ ବି ସାମିଲ ଥିଲା। ଉଭୟ ମା’ ପୁଅକୁ ଗିରଫ କରି କୋର୍ଟ ଚାଲାଣ କରିଛି ନୟାଗଡ଼ ପୁଲିସ।
ଗତ ୧୦ ତାରିଖରେ ନୟାଗଡ ଜିଲା ଫତେଗଡ ଥାନା ଧାନଚାଙ୍ଗଡା ଗାଁରେ ରହୁଥିବା ପ୍ରକାଶଙ୍କ ଘରୁ ତାଙ୍କର ୨ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଥିଲା। ବାପାର ୨ୟ ବିବାହ ପାଇଁ ପ୍ରସ୍ତାବ ଆସିବାରୁ ନାବାଳକ ଦ୍ବୟ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଥିଲେ। କିନ୍ତୁ ସ୍ଥାନୀୟ ଲୋକେ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଥିଲେ। ବାପାର ୨ୟ ବିବାହକୁ ଦୁଇ ପୁଅ ବିରୋଧ କରିବାରୁ ସେମାନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଫଳରେ ପୁଲିସ ୨ ଜଣଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ବିଭିନ୍ନ ଦିଗରୁ ତଦନ୍ତ ଆରମ୍ଭ କରିଥିଲା। ମୃତକ ଦ୍ବୟଙ୍କ ବୟସ ୧୪ ଓ ୧୨ ବର୍ଷ ହେବ। ନାବାଳକଙ୍କ ମା’ଙ୍କର ୩ ବର୍ଷ ପୂର୍ବରୁ ମୃତ୍ୟୁ ହୋଇଥିଲା। ଏହା ପରେ ପ୍ରକାଶ ୨ୟ ବିବାହ କରିବାକୁ ଇଚ୍ଛା କରିଥିଲେ। କିନ୍ତୁ ପିଲାମାନେ ଏଥିରେ ରାଜି ନ ଥିଲେ। ଯେଉଁଥିପାଇଁ ସେମାନଙ୍କୁ ବାପା ପ୍ରକାଶ ତଣ୍ଟି ଚିପି ହତ୍ୟା କରିଥିବା ପୁଲିସ ଆଗରେ କହିଛି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ