ଆତ୍ମହତ୍ୟା ରୋକିବ ‘ଜୀବନ ଜିନ୍ଦାବାଦ୍’

ଭୁବନେଶ୍ୱର,03।09: ରାଜ୍ୟରେ ଗତ କିଛି ଦିନ ହେବ ଯେଉଁଭଳି ଆତ୍ମହତ୍ୟାର ଖବର ଆସୁଛି, ଏହାକୁ କିଭଳି ରୋକାଯିବ, ସେନେଇ ବୁଧବାର ଲୋକସଭା ଭବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିଜ ଜୀବନ ନେବା ଘଟଣାରେ ରୋକ ଲଗାଇବା ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ‘ଜୀବନ ଜିନ୍ଦାବାଦ୍’ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମ ବିଭିନ୍ନ ଜିଲ୍ଲାରେ କରାଯିବ । ଆତ୍ମହତ୍ୟା ରୋକିବାକୁ ଜିଲ୍ଲା ହେଡ୍ କ୍ୱାର୍ଟରରେ ଏହି କାର୍ଯ୍ୟକ୍ରମ କରାଯିବ ବୋଲି ବୈଠକ ଆଲୋଚନା କରାଯାଇଛି । ଏଥିରେ କଲେଜ, ସ୍କୁଲ ଛାତ୍ରଛାତ୍ରୀ ଓ ଯୁବବର୍ଗ ସାମିଲ ହେବେ । ୭୦ରୁ ଅଧିକ କଳାକାର ଏଥିରେ ସାମିଲ ହେବେ । ମହିଳା ଶିଶୁ ବିକାଶ ବିଭାଗ, ଗୃହ ଓ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ହେବ ଏହି ‘ଜୀବନ ଜିନ୍ଦାବାଦ୍’ କାର୍ଯ୍ୟକ୍ରମ । ତେବେ ଆଜିର ଏହି ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବ୍ୟତିତ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ଉଚ୍ଚଶିକ୍ଷା ବିଭାଗର ସଚିବ ଓ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ ।

  • Related Posts

    ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ

    ଭୁବନେଶ୍ୱର,03।09:ଜାତୀୟ ମାନବାଧିକାର କମିଶନ (ଏନଏଚଆରସି) ଏକ ଗଣମାଧ୍ୟମ ରିପୋର୍ଟର ସ୍ୱତଃ ସଂଜ୍ଞାନ ନେଇଛନ୍ତି, ଯେଉଁଥିରେ ଦର୍ଶାଯାଇଥିଲା ଯେ ୨୯ ଅଗଷ୍ଟ, ୨୦୨୫ ରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲାର ପାପଡାହାଣ୍ଡି ଅଞ୍ଚଳରେ ଜଣେ ସାମ୍ବାଦିକଙ୍କୁ ଜନୈକ ନିଶାଶକ୍ତ ବ୍ୟକ୍ତି ଅନେକ ଥର ଛୁରାମାଡ଼…

    Continue reading
    ସୁସ୍ଥ ଖାଦ୍ୟାଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ

    ଭୁବନେଶ୍ୱର, 03/09: ଶିଶୁ ଏବଂ ଗୋଷ୍ଠୀ ମଧ୍ୟରେ ଚିନିର ଅତ୍ୟଧିକ ବ୍ୟବହାରକୁ ରୋକିବା ପାଇଁ ଓଡ଼ିଶା ସରକାର ଚିନି ବୋର୍ଡ ଆନ୍ଦୋଳନକୁ ଏକ ଗୁରୁତ୍ୱପୂର୍ଣ୍ଣ ସାର୍ବଜନୀନ ସ୍ୱାସ୍ଥ୍ୟ ଏବଂ ଅଭ୍ୟାସଗତ ପରିବର୍ତ୍ତନ ପଦକ୍ଷେପ ଭାବରେ ଆରମ୍ଭ କରିଛନ୍ତି । ଏହି ପଦକ୍ଷେପ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ

    ଆତ୍ମହତ୍ୟା ରୋକିବ ‘ଜୀବନ ଜିନ୍ଦାବାଦ୍’

    ସୁସ୍ଥ ଖାଦ୍ୟାଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ

    ରପ୍ତାନୀ ନୀତି ଓ ବିଶ୍ଵ ବଜାର ସଂଯୋଗୀକରଣ ଶୀର୍ଷକ ରାଜ୍ୟ ସଂଲଗ୍ନ ପ୍ରଶିକ୍ଷଣ ଅଧିବେଶନ

    ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ଅଭିବୃଦ୍ଧି ଦିଗରେ ଆଇଏଫ୍‌ଏସ୍‌ ଅଧିକାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

    ସ୍କୁଲ ସହ ଯୋଡ଼ିହେବ ଅଙ୍ଗନବାଡ଼ି କେନ୍ଦ୍ର, ଗାଇଡଲାଇନର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ