ଭୁବନେଶ୍ୱର,03।09: ରାଜ୍ୟରେ ଗତ କିଛି ଦିନ ହେବ ଯେଉଁଭଳି ଆତ୍ମହତ୍ୟାର ଖବର ଆସୁଛି, ଏହାକୁ କିଭଳି ରୋକାଯିବ, ସେନେଇ ବୁଧବାର ଲୋକସଭା ଭବନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନିଜ ଜୀବନ ନେବା ଘଟଣାରେ ରୋକ ଲଗାଇବା ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ‘ଜୀବନ ଜିନ୍ଦାବାଦ୍’ କାର୍ଯ୍ୟକ୍ରମ ଆରମ୍ଭ ହେବ । ଏହି କାର୍ଯ୍ୟକ୍ରମ ବିଭିନ୍ନ ଜିଲ୍ଲାରେ କରାଯିବ । ଆତ୍ମହତ୍ୟା ରୋକିବାକୁ ଜିଲ୍ଲା ହେଡ୍ କ୍ୱାର୍ଟରରେ ଏହି କାର୍ଯ୍ୟକ୍ରମ କରାଯିବ ବୋଲି ବୈଠକ ଆଲୋଚନା କରାଯାଇଛି । ଏଥିରେ କଲେଜ, ସ୍କୁଲ ଛାତ୍ରଛାତ୍ରୀ ଓ ଯୁବବର୍ଗ ସାମିଲ ହେବେ । ୭୦ରୁ ଅଧିକ କଳାକାର ଏଥିରେ ସାମିଲ ହେବେ । ମହିଳା ଶିଶୁ ବିକାଶ ବିଭାଗ, ଗୃହ ଓ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ହେବ ଏହି ‘ଜୀବନ ଜିନ୍ଦାବାଦ୍’ କାର୍ଯ୍ୟକ୍ରମ । ତେବେ ଆଜିର ଏହି ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବ୍ୟତିତ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ଉଚ୍ଚଶିକ୍ଷା ବିଭାଗର ସଚିବ ଓ ବିଭିନ୍ନ ଅଧିକାରୀ ଉପସ୍ଥିତ ଥିଲେ ।
ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ
ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…







