ଆଦାନୀ ଗ୍ରୁପର ଶହେ କୋଟି ଟଙ୍କା ଫେରାଇବେ ତେଲେଙ୍ଗାନା ସରକାର

ଆମେରିକାର କୋର୍ଟ ଗୌତମ ଆଦାନୀଙ୍କ ବିରୁଦ୍ଧରେ ଗିରଫ ୱାରେଣ୍ଟ ଜାରି କରିବା ପରେ ଆଦାନୀ ଗ୍ରୁପର ଦାନ ନେବାକୁ ବି ମନା କରିଦେଇଛନ୍ତି ତେଲାଙ୍ଗାନାର କଂଗ୍ରେସ ସରକାର। ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ଦେଇଥିବା ୧୦୦କୋଟି ଟଙ୍କାର ଅନୁଦାନକୁ ଫେରାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି ରେଭନ୍ତ ରେଡ୍ଡୀ ସରକାର।
ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ କହିଛନ୍ତି, ଏହି ଦାନ ଗ୍ରହଣ କରାଯିବ ନାହିଁ। ଏଥିପାଇଁ ଆଦାନୀ ଗ୍ରୁପକୁ ଏକ ଚିଠି ଲେଖି ଜଣାଇ ଦିଆଯାଇଛି। ଆମେ ଆଦାନୀ ଗ୍ରୁପକୁ ଏକ ଚିଠି ଲେଖି କହିଛୁ ଯେ ରାଜ୍ୟ ସରକାର ଆଦାନୀ ଗ୍ରୁପ୍ ଦେଇଥିବା ୧୦୦ କୋଟି ଟଙ୍କାର ଅନୁଦାନ ଗ୍ରହଣ କରିବେ ନାହିଁ।
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଅନେକ କମ୍ପାନୀ ଦାନ କରିଛନ୍ତି। କିନ୍ତୁ ସରକାର ନିଶ୍ଚିତ କରିବାକୁ ଚାହୁଁଛନ୍ତି ଯେ ଅନୁଦାନର ଉତ୍ସ ନୈତିକ ଏବଂ ସ୍ୱଚ୍ଛ ହେବା ଦରକାର। ବିବାଦୀୟ ବ୍ୟକ୍ତିବିଶେଷ କିମ୍ବା ଗୋଷ୍ଠୀରୁ ଟଙ୍କା ଗ୍ରହଣ କରିବା ରାଜ୍ୟ ନୀତି ବିରୁଦ୍ଧ ବୋଲି ତେଲାଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ କହିଛନ୍ତି।

ଆମେରିକା କୋର୍ଟ ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀଙ୍କ ସମେତ ସାତ ଜଣଙ୍କ ବିରୁଦ୍ଧରେ ଗିରଫ ୱାରେଣ୍ଟ ଜାରି କରିବା ପରେ ତେଲେଙ୍ଗାନା ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।

ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏବଂ ଡିପାର୍ଟମେଣ୍ଟ ଅଫ୍ ଜଷ୍ଟିସ୍ (DOJ) ଅଭିଯୋଗ କରିଥିଲେ ଯେ ଆମେରିକାରେ ଗୌତମ ଆଦାନୀ ଓ ତାଙ୍କ ପୁତୁରା ସାଗର ଆଦାନୀ ନିଜ ରିନ୍ୟୁଏବଲ ଏନର୍ଜି କମ୍ପାନୀ ପାଇଁ କଣ୍ଟ୍ରାକ୍ଟ ହାସଲ କରିବା ପାଇଁ ଭାରତର ସରକାରୀ ଅଧିକାରୀଙ୍କୁ ପାଖାପାଖି ୨୬୫ ନିୟୁତ ଡଲାର (୨,୨୩୬ କୋଟି ଟଙ୍କା) ଲାଞ୍ଚ ଦେଇଛନ୍ତି। ଏଥିରେ ଏକାଧିକ ରାଜ୍ୟ ମଧ୍ୟ ଜଡ଼ିତ ଅଛି।

ଏହାବାଦ ଆମେରିକା ନିବେଶକାରୀଙ୍କୁ ମିଛ ପ୍ରଲୋଭନ ଦେଖାଇ ଷ୍ଟକ ଏକ୍ସଚେଞ୍ଜ ଜରିଆରେ ଠକେଇ ହୋଇଥିବା ମଧ୍ୟ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗ ଆଧାରରେ ଆମେରିକାର ଏକ କୋର୍ଟ ଗୌତମ ଆଦାନୀଙ୍କ ସମେତ ଆଠ ଜଣଙ୍କ ବିରୁଦ୍ଧରେ ଗିରଫ ୱାରେଣ୍ଟ ଜାରି କରିଛନ୍ତି। କିନ୍ତୁ ଏସବୁ ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ନ ହେବା ପର୍ଯ୍ୟନ୍ତ ତାଙ୍କୁ ବଦନାମ କିମ୍ବା ସେ ସେହି ଦୋଷ କରିଛନ୍ତି ବୋଲି ଧରି ନିଆଯିବ ନାହିଁ ବୋଲି କୋର୍ଟ ସ୍ପଷ୍ଟ ଭାବେ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି।

ଏପର୍ଯ୍ୟନ୍ତ ମଧ୍ୟ ଏହି ମାମଲାରେ କାହାକୁ ଗିରଫ କରାଯାଇ ନାହିଁ କି କେହି ଦୋଷୀ ସାବ୍ୟସ୍ତ ହୋଇ ନାହାନ୍ତି। ତଥାପି ଏହାର ସିଧା ପ୍ରଭାବ ଆଦାନୀ ଗ୍ରୁପ୍ ଉପରେ ପଡ଼ିଛି। ହିଣ୍ଡେନବର୍ଗ ରିପୋର୍ଟ ବେଳେ ଆଦାନୀ ଗ୍ରୁପକୁ ଯେତିକି କ୍ଷତି ସହିବାକୁ ପଡ଼ିନଥିବା ତାଙ୍କୁ ଅଧିକ କ୍ଷତି ସହିଲାଣି ଆଦାନୀ ସାମ୍ରାଜ୍ୟ।

  • Related Posts

    ଆଶାରାମ ବାପୁଙ୍କୁ ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

    ନୂଆଦିଲ୍ଲୀ: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ ଅନ୍ତରୀଣ ଜାମିନ ଦେବାକୁ ମନା କରିଦେଇଛନ୍ତି। ୮୫ ବର୍ଷୀୟ ବୃଦ୍ଧ ସ୍ବାସ୍ଥ୍ୟଗତ ସମସ୍ୟା…

    Continue reading
    ଘର ଭୁଶୁଡ଼ି ଗୋଟିଏ ପରିବାରର ୬ ମୃତ

    ପ୍ରତାପଗଡ: ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲ୍ଲାର ମହୁଲି ବଜାର ଅଞ୍ଚଳରେ ଗୁରୁବାର ଭୋର ସମୟରେ ପ୍ରବଳ ବର୍ଷା ଯୋଗୁଁ ଏକ ପୁରୁଣା କୋଠା ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ୬ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଦୁଇଜଣ କୋମଳମତି ଶିଶୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ