ଆଦିବାସୀ ଧର୍ମପୀଠରେ ରାଷ୍ଟ୍ରପତିଙ୍କ ସହ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ପାହାଡପୁରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ। ରାଷ୍ଟ୍ରପତିଙ୍କ ଗାଁରେ ଅଛନ୍ତି ପ୍ରଧାନମନ୍ତ୍ରୀ। ମୋଦୀଙ୍କୁ ଗାଁ ବୁଲାଉଛନ୍ତି ରାଷ୍ଟ୍ରପତି। ଆଦିବାସୀ ଧର୍ମପୀଠରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ। ପାହାଡପୁର ଗୋଷାଣୀ ପୀଠରେ ରାଷ୍ଟ୍ରପତିଙ୍କ ସହ ମିଶି ଏକାଠି ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ। ସମୃଦ୍ଧ ଆଦିବାସୀ ପରମ୍ପରା ନେଇ ପ୍ରଧାନମନ୍ତ୍ରୀଙ୍କୁ ବୁଝାଇଲେ ରାଷ୍ଟ୍ରପତି। ଏହାସହ ଏସଏଲଏସ ସ୍କୁଲ୍ ଯାଇ ପିଲାଙ୍କ ସହ ଭାବର ଆଦାନପ୍ରଦାନ କଲେ। ପାହାଡପୁରରେ ରାଷ୍ଟ୍ରପତିଙ୍କ ସ୍କୁଲରେ ସ୍ୱତନ୍ତ୍ର କାର୍ୟ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି। ଦକ୍ଷତା ବିକାଶ କେନ୍ଦ୍ର (ସ୍କିଲ୍ ସେଣ୍ଟରରେ) ହିତାଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ସାଙ୍ଗରେ ଧରି ରାଷ୍ଟ୍ରପତି ପ୍ରଥମେ ଗାଁର ଆଦିବାସୀଙ୍କ ସାମାଜିକ ତଥା ଧାର୍ମିକକେନ୍ଦ୍ର ଗୋଷାଣୀ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ ।
ସେଠାରୁ ଦୁହେଁ ସାନ୍ତାଳୀ ଜାହିରା ପୀଠ ଦର୍ଶନ କରିବା ପରେ ହୋ-ମୁଣ୍ଡା ଜାହିରା ପୀଠକୁ ଯାଇଥିଲେ। ସେଠାରୁ ଦିନ ୧୧.୨୫ରେ ନିକଟସ୍ଥ ଦକ୍ଷତା ବିକାଶକେନ୍ଦ୍ରକୁ ଯାଇ ପ୍ରଶିକ୍ଷଣ ପରେ ଚାକିରି ପାଇଥିବା ଯୁବକଯୁବତୀଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ରାଷ୍ଟ୍ରପତିଙ୍କ ସ୍ୱର୍ଗତ ସ୍ୱାମୀ ଓ ଦୁଇପୁତ୍ରଙ୍କ ସ୍ମୃତିରେ ପାହାଡ଼ପୁରରେ ପ୍ରତିଷ୍ଠିତ ଏସ୍‌ଏଲ୍‌ଏସ୍‌ ମେମୋରିଆଲ୍‌ ସ୍କୁଲକୁ ଯାଇ ସେମାନଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକଙ୍କ ସହିତ ଭାବ ବିନିମୟ କରିଥିଲେ। ସ୍କୁଲ ପଡ଼ିଆରେ ଆୟୋଜିତ ଆଞ୍ଚଳିକ ହସ୍ତଶିଳ୍ପ ମେଳା ବୁଲି ଦେଖିଥିଲେ। ପରେ ଦାଣ୍ଡବୋଷରେ ଏକ ବିଶାଳ ସାଧାରଣ ସଭାକୁ ଉଭୟ ସମ୍ବୋଧିତ କରିବାର କାର୍ୟ୍ୟକ୍ରମ ରହିଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ