ଆନ୍ତର୍ଜାତିକ କ୍ରିକେଟ୍‌ରୁ ରସେଲ୍‌ଙ୍କ ଅବସର

କିଙ୍ଗ୍‌ଷ୍ଟନ: ୱେଷ୍ଟଇଣ୍ଡିଜ୍‌ କ୍ରିକେଟ୍‌ ଦଳର ଖ୍ୟାତନାମା ଅଲ୍‌ରାଉଣ୍ଡର ଆନ୍ଦ୍ରେ ରସେଲ୍‌ ଆନ୍ତର୍ଜାତିକ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ତାଙ୍କ ଦେଶ ଜାମାଇକାରେ ଅଷ୍ଟ୍ରେଲିଆ ବିପକ୍ଷରେ ଦୁଇଟି ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳିବା ପରେ ରସେଲ ଆଉ ଆନ୍ତର୍ଜାତିକ କ୍ରିକେଟ୍‌ ଖେଳିବେ ନାହିଁ। ରବିବାରଠାରୁ ଅଷ୍ଟ୍ରେଲିଆ ବିପକ୍ଷରେ ଘରୋଇ ୱେଷ୍ଟଇଣ୍ଡିଜ୍‌ ୫ ମ୍ୟାଚ୍‌ର ଟ୍ବେଣ୍ଟି୨୦ ଶୃଙ୍ଖଳା ଖେଳିବ। ଏହି ଶୃଙ୍ଖଳାର ପ୍ରଥମ ୨ଟି ମ୍ୟାଚ୍‌ ରସେଲ୍‌ଙ୍କ ଦେଶ ଜାମାଇକାର କିଙ୍ଗଷ୍ଟନର ସାବାଇନା ପାର୍କରେ ଖେଳାଯିବ। ୨୦ ଓ ୨୨ରେ ତାଙ୍କ ଘରୋଇ ପଡ଼ିଆରେ ୨ଟି ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳି ରସେଲ ଆନ୍ତର୍ଜାତିକ କ୍ରିକେଟ୍‌ରୁ ଅବସର ନେବେ। ୨୫ରେ ୩ୟ ଟ୍ବେଣ୍ଟି୨୦ ମ୍ୟାଚ୍‌ ଖେଳିବା ପାଇଁ ରସେଲ ଦଳ ସହ ସେଣ୍ଟ କିଟ୍‌ସ ଯିବେନାହିଁ।
୩୭ ବର୍ଷ ବୟସ୍କ ଆନ୍ଦ୍ରେ ରସେଲ୍‌ ସାମାଜିକ ଗଣମାଧ୍ୟମ ଜରିଆରେ ଏହି ଘୋଷଣା କରିଛନ୍ତି। ଏଥିରେ ରସେଲ ଉଲ୍ଲେଖ କରିଛନ୍ତି ଯେ ୱେଷ୍ଟଇଣ୍ଡିଜ୍‌ ପାଇଁ ଖେଳିବା ତାଙ୍କ ପାଇଁ ଗର୍ବର ବିଷୟ। ଏତେ ଆନ୍ତର୍ଜାତିକ ମ୍ୟାଚ୍‌ ଖେଳିବି ବୋଲି ଭାବିନଥିଲି। ପ୍ରଥମ ୨ଟି ଟ୍ବେଣ୍ଟି୨୦ରେ ଦଳକୁ ଜିତାଇବା ସହ ବିଦାୟ ନେବାକୁ ଚାହେଁ। ରସେଲ୍‌ ୨୦୧୦ରେ ଶ୍ରୀଲଙ୍କା ବିପକ୍ଷରେ ଏକମାତ୍ର ଟେଷ୍ଟମ୍ୟାଚ୍‌ ଖେଳିଥିଲେ।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ