ଆପାର୍ଟମେଣ୍ଟ ଲୁଟେରାକୁ ଏନକାଉଣ୍ଟର

ଭୁବନେଶ୍ବର: ଆପାର୍ଟମେଣ୍ଟ ଲୁଟେରାକୁ ଏନକାଉଣ୍ଟର। ପ୍ରଥମ ଥର ପାଇଁ ରାଜ୍ୟ ବାହାର ଲୁଟେରାକୁ ଏନକାଉଣ୍ଟର କରିଛି କମିଶନରେଟ ପୁଲିସ। ଏନକାଉଣ୍ଟରରେ ଜଣେ ଗୁରୁତର ହୋଇଥିବାବେଳେ ଏହି ଗ୍ୟାଙ୍ଗର ଅନ୍ୟ ୪ ସଦସ୍ୟ ଖସି ଯାଇଥିବା ଜଣା ପଡ଼ିଛି। ଏନକାଉଣ୍ଟରରେ ଗୁରୁତର ହୋଇଛନ୍ତି ଲୁଟେରା ଅର୍ଜୁନ ଅନାରେ। ଅର୍ଜୁନର ବାମ ପଟ ଆଣ୍ଠୁରେ ଗୁଳି ବାଜିଛି। ଏହି ଗ୍ୟାଙ୍ଗ ମଧ୍ୟପ୍ରଦେଶରୁ ଆସି ରାଜଧାନୀରେ ଲୁଟପାଟ କରୁଥିବା ନେଇ ପୁଲିସ ସୂଚନା ଦେଇଛି। ପାହାଳ ଥାନା ଅଞ୍ଚଳରେ ଏକ ଆପାର୍ଟମେଣ୍ଟ ନିକଟରେ ଏହି ଏନକାଉଣ୍ଟ ଘଟିଛି।
ବାଲିଅନ୍ତା ଥାନା ପୁଲିସ ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ଅର୍ଜୁନ ଆନାରେ ତାର ଗ୍ରୁପ ଆପାର୍ଟମେଣ୍ଟ ଲୁଟ କରିବା ପାଇଁ ଯୋଜନା କରୁଥିବଲା। ଏହାକୁ ପୁଲିସ ଦେଖି ଦେଇଥିଲା। ପୁଲିସକୁ ଦେଖି ଅର୍ଜୁନ ସହ ତାଙ୍କ ଗ୍ରୁପ ଫେରାର୍ ହେବ ପାଇଁ ବସିଥିବାବେଳେ ପୁଲିସ ତାଙ୍କୁ ଗୋଡ଼ାଇଥିଲେ। ସେହି ସମୟରେ ବାଲିଅନ୍ତା କେନାଲ ବନ୍ଧ ଉପରେ ଅର୍ଜୁନ ପୁଲିସ ଉପରକୁ ଗୁଳିଚାଳନା କରିଥିଲା। ପୁଲିସ ଜାବାବ ଦେବା ସହ ପାଲଟା ଗୁଳି ଚଳାଇବାବେଳେ ଅର୍ଜୁନର ଗୋଡ଼ରେ ବାଜିଥିଲା। ଫଳରେ ଘଟଣାସ୍ଥଳରେ ଅର୍ଜୁନ ଆହତ ହୋଇ ପଡିଯାଇଥିବାବେଳେ ଅନ୍ୟ ୪ ଜଣ ଲୁଟେରା ଫେରାର ହୋଇଯାଇଥିଲେ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ