ଆଫଗାନିସ୍ତାନରେ ବଡ଼ ଭୂମିକମ୍ପ: ୮୦୦ ମୃତ, ୨୫୦୦ରୁ ଊର୍ଦ୍ଧ୍ବ ଆହତ

ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ସୀମା ନିକଟ ପୂର୍ବ ଆଫଗାନିସ୍ତାନରେ ୬.୩ ତୀବ୍ରତାର ଭୂମିକମ୍ପ ହୋଇଛି । ଏଥିରେ ବର୍ତ୍ତମାନ ସୁଦ୍ଧା ୮୦୦ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫୦୦ରୁ ଅଧିକ ଆହତ ହୋଇଛନ୍ତି । ଆମେରିକାର ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ଭୂମିକମ୍ପର କେନ୍ଦ୍ରସ୍ଥଳ ନାଙ୍ଗରହାର ପ୍ରଦେଶର ଜଲାଲାବାଦ ନିକଟରେ ଥିଲା । ଏହାର ଗଭୀରତା ୮ କିଲୋମିଟର ଥିଲା । ଏହା ରବିବାର ସ୍ଥାନୀୟ ସମୟ ରାତି ୧୨:୪୭ରେ ଅନୁଭୂତ ହୋଇଥିଲା ଭୂକମ୍ପ ଝଟକା ।
ଆଫଗାନିସ୍ତାନର ସୂଚନା ମନ୍ତ୍ରଣାଳୟର ତଥ୍ୟକୁ ଆଧାର କରି ଆନାଡୋଲୁ ଏଜେନ୍ସି କହିଛି, ୮୦୦ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨୫୦୦ରୁ ଅଧିକ ଜଣ ଆହତ ହୋଇଛନ୍ତି । ଯେଉଁଥିରେ କୁନାର ପ୍ରଦେଶ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି । ପୂର୍ବରୁ, ନାଙ୍ଗରହାର ଜନସ୍ୱାସ୍ଥ୍ୟ ବିଭାଗର ମୁଖପାତ୍ର ନକିବୁଲ୍ଲା ରହିମି କହିଥିଲେ ଯେ, ଆହତମାନଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲକୁ ପଠାଯାଇଥିଲା। ପ୍ରାୟ ୨୦ ମିନିଟ୍ ପରେ ସେହି ପ୍ରଦେଶରେ ଦ୍ୱିତୀୟ ଭୂମିକମ୍ପ ହୋଇଥିଲା, ଯାହାର ତୀବ୍ରତା ୪.୫ ଏବଂ ଗଭୀରତା ୧୦ କିଲୋମିଟର ଥିଲା।ଭୂମିକମ୍ପ ଯୋଗୁଁ ପୂର୍ବ ଆଫଗାନିସ୍ତାନରେ କିଛି ସେକେଣ୍ଡ ପାଇଁ କୋଠା ଗୁଡ଼ିକ ଦୋହଲି ଥିଲା । ସେହି ସମୟରେ, ଭୂମିକମ୍ପ ଆଫଗାନିସ୍ତାନରୁ ପ୍ରାୟ ୩୭୦ କିଲୋମିଟର ଦୂରରେ ଥିବା ପାକିସ୍ତାନର ରାଜଧାନୀ ଇସଲାମାବାଦରେ ମଧ୍ୟ ଅନୁଭୂତ ହୋଇଥିଲା। ରିପୋର୍ଟ ଅନୁଯାୟୀ, ଏହି ଭୂମିକମ୍ପ ଦିଲ୍ଲୀ-ଏନସିଆରରେ ମଧ୍ୟ ଅନୁଭୂତ ହୋଇଥିଲା। ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା। ରାତି ଯୋଗୁଁ ଲୋକମାନେ ଭୟଭୀତ ହୋଇଯାଇଥିଲେ।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ