ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ତେବେ ବର୍ଷା ପ୍ରଭାବ ଯୋଗୁ ରାଜ୍ୟର ଅଧିକାଂଶ ସ୍ଥାନରେ ତାତି କମ୍ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଓ କନ୍ଧମାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏହି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବି ବର୍ଷା ସମ୍ଭାବନା ଅଛି । ୬ ଓ ୭ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୮, ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଝଡ଼ବର୍ଷା ଆଶଙ୍କା ଅଛି । ମଙ୍ଗଳବାର ବୌଦ୍ଧରେ ୪୨, ଝାରସୁଗୁଡ଼ାରେ ୪୦.୬, ତାଳଚେରରେ ୪୦.୨, ଟିଟିଲାଗଡ଼ରେ ୩୯.୫ ଡିଗ୍ରୀ ରେକର୍ଡ ହୋଇଥିଲ।

  • Related Posts

    ବେବନ୍ଦୋବସ୍ତ ଜମି ସମସ୍ୟାର ହେବ ସ୍ଥାୟୀ ସମାଧାନ, ଆସିବ ଏସଓପି: ରାଜସ୍ୱ ମନ୍ତ୍ରୀ

    ରାଜ୍ୟରେ ବେବନ୍ଦୋବସ୍ତ ଜମିକୁ ନେଇ ବର୍ଷବର୍ଷ ଧରି ଲାଗି ରହିଥିବା ବିବାଦର ସମାଧାନ ଖୁବଶୀଘ୍ର ହେବ। ଜମିପଟ୍ଟାରେ ଥିବା ତ୍ରୁଟି ସଂଶୋଧନ ପାଇଁ ରାଜସ୍ୱ ନିରୀକ୍ଷକ(ଆରଆଇ)ମାନଙ୍କୁ ଟାର୍ଗେଟ୍ ଦିଆଯାଇଛି। ଭୂମିହୀନ ଓ ଯୋଗ୍ୟ ହିତାଧିକାରୀଙ୍କୁ ସେମାନଙ୍କର ହକ୍ ପ୍ରଦାନ କରିବା ସହ…

    Continue reading
    ଯୁବକ-ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    ସୁବର୍ଣ୍ଣପୁର : ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗୁଲୁଣ୍ଡା ସିଲାଟି ରାସ୍ତାରେ ଏକ ବରଗଛ ଡାଳରେ ଯୁବକ ଯୁବତୀଙ୍କ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି । ତେବେ ଏହା ଆତ୍ମହତ୍ୟା ନା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ