ଆମେରିକା ଯିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ଉଗ୍ର ବାଣିଜ୍ୟ ନୀତି ପାଇଁ ଏବେ ସାରା ବିଶ୍ବରେ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ଟ୍ରମ୍ପଙ୍କୁ ଭେଟିବାକୁ ଯାଉଛନ୍ତି । ଚଳିତମାସ ୧୨ ତାରିଖରେ ଦୁଇଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ସେ ୧୩ ତାରିଖରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ । ଟ୍ରମ୍ପ ଦ୍ବିତୀୟ ଥର ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମୋଦି ଓ ଟ୍ରମ୍ପଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତକାର ହେବାକୁ ଯାଉଛି । ଏଥିରେ ଦୁଇ ଦେଶର ମିଳିତ ପ୍ରସଙ୍ଗ ସହ ବୈଶ୍ବିକ ପ୍ରସଙ୍ଗରେ ମଧ୍ୟ ଉଭୟ ନେତା ଆଲୋଚନା କରିବେ । ୧୦ ଓ ୧୧ ତାରିଖରେ ପ୍ୟାରିସରେ ଦୁଇଦିନିଆ କାର୍ୟ୍ୟକ୍ରମ ସାରି ପ୍ରଧାନମନ୍ତ୍ରୀ ସେଠାରୁ ଆମେରିକା ଅଭିମୁଖେ ଯାତ୍ରା କରିବେ ।
ସରକାରୀ ସୂତ୍ର ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି ୧୨ ତାରିଖ ସଂଧ୍ୟାରେ ଆମେରିକା ରାଜଧାନୀ ଓ୍ବାଶିଂଟନ-ଡିସି ବିମାନ ବନ୍ଦରରେ ଅବତରଣ କରିବେ । ଏହା ପରଦିନ (୧୩ ତାରିଖ)ରେ ସେ ହ୍ବାଇଟ୍‌ ହାଉସରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ସାକ୍ଷାତ କରିବେ । ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଓ ଟ୍ରମ୍ପ ଦ୍ବିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ହେବା ପରେ, ଉଭୟ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଏହା ପ୍ରଥମ ଦ୍ବିପାକ୍ଷିକ ଆଲୋଚନା ହେବାକୁ ଯାଉଛି । ରାଷ୍ଟ୍ରପତି ଟ୍ରମ୍ପଙ୍କ ଇମିଗ୍ରେସନ୍‌ ଓ ଟାରିଫ ପଲିସିକୁ ନେଇ ସାରା ବିଶ୍ବରେ ଚିନ୍ତାଜନକ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ବିଚାର କରାଯାଉଛି ।

  • Related Posts

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ବେଙ୍ଗାଲୁରୁର କେଏସଆର ରେଳ ଷ୍ଟେସନରେ ୩ଟି ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କରିଛନ୍ତି। ପ୍ରଧାନମନ୍ତ୍ରୀ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ବେଙ୍ଗାଲରୁ ମେଟ୍ରୋ ପ୍ରକଳ୍ପର ୟେଲୋ ଲାଇନ(ହଳଦିଆ…

    ଆମର କୌଣସି ବିମାନ ନଷ୍ଟ ହୋଇନି : ପାକିସ୍ତାନ

    ଇସ୍ଲାମାବାଦ : ଗତ ମେ ମାସରେ ହୋଇଥିବା ଅପରେସନ ସିନ୍ଦୂର ସମୟରେ ଭାରତୀୟ ବାୟୁସେନା ପାକିସ୍ତାନର ୬ଟି ଲଢୁଆ ବିମାନ ଓ ଏକ ପ୍ରାକ୍ ସତର୍କତା ବିମାନ (ଏଡ୍ବୁଲସି)କୁ ନଷ୍ଟ କରିଦେଇଥିବା ବୋଲି ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଅମରପ୍ରୀତ…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ