ଆମେରିକା ଯିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଟ୍ରମ୍ପଙ୍କ ଉଗ୍ର ବାଣିଜ୍ୟ ନୀତି ପାଇଁ ଏବେ ସାରା ବିଶ୍ବରେ କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ଟ୍ରମ୍ପଙ୍କୁ ଭେଟିବାକୁ ଯାଉଛନ୍ତି । ଚଳିତମାସ ୧୨ ତାରିଖରେ ଦୁଇଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ସେ ୧୩ ତାରିଖରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ । ଟ୍ରମ୍ପ ଦ୍ବିତୀୟ ଥର ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମୋଦି ଓ ଟ୍ରମ୍ପଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତକାର ହେବାକୁ ଯାଉଛି । ଏଥିରେ ଦୁଇ ଦେଶର ମିଳିତ ପ୍ରସଙ୍ଗ ସହ ବୈଶ୍ବିକ ପ୍ରସଙ୍ଗରେ ମଧ୍ୟ ଉଭୟ ନେତା ଆଲୋଚନା କରିବେ । ୧୦ ଓ ୧୧ ତାରିଖରେ ପ୍ୟାରିସରେ ଦୁଇଦିନିଆ କାର୍ୟ୍ୟକ୍ରମ ସାରି ପ୍ରଧାନମନ୍ତ୍ରୀ ସେଠାରୁ ଆମେରିକା ଅଭିମୁଖେ ଯାତ୍ରା କରିବେ ।
ସରକାରୀ ସୂତ୍ର ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି ୧୨ ତାରିଖ ସଂଧ୍ୟାରେ ଆମେରିକା ରାଜଧାନୀ ଓ୍ବାଶିଂଟନ-ଡିସି ବିମାନ ବନ୍ଦରରେ ଅବତରଣ କରିବେ । ଏହା ପରଦିନ (୧୩ ତାରିଖ)ରେ ସେ ହ୍ବାଇଟ୍‌ ହାଉସରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ସାକ୍ଷାତ କରିବେ । ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଓ ଟ୍ରମ୍ପ ଦ୍ବିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ହେବା ପରେ, ଉଭୟ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଏହା ପ୍ରଥମ ଦ୍ବିପାକ୍ଷିକ ଆଲୋଚନା ହେବାକୁ ଯାଉଛି । ରାଷ୍ଟ୍ରପତି ଟ୍ରମ୍ପଙ୍କ ଇମିଗ୍ରେସନ୍‌ ଓ ଟାରିଫ ପଲିସିକୁ ନେଇ ସାରା ବିଶ୍ବରେ ଚିନ୍ତାଜନକ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ବିଚାର କରାଯାଉଛି ।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ