ଆମ୍ବୁଲାନ୍ସରେ ଅକ୍ସିଜେନ ନ ଥିବାରୁ ଚାଲିଗଲା ରୋଗୀ ଜୀବନ

ଜଗତସିଂହପୁର: ଆମ୍ବୁଲାନ୍ସରେ ଅକ୍ସିଜେନ ନ ଥିବାରୁ ଚାଲିଗଲା ରୋଗୀର ଜୀବନ । ଗୁରୁତର ରୋଗୀକୁ କଟକ ସ୍ଥାନାନ୍ତରିତ କରାଯାଉଥିବା ସମୟରେ ଘଟିଛି ଅଭାବନୀୟ ଘଟଣା । ଜଗତସିଂହପୁରରେ ଘଟିଛି ଏପରି ଅଭାବନୀୟ ଘଟଣା । ଅକ୍ସିଜେନ ନ ଥିବାରୁ ମହିଳା ରୋଗୀଙ୍କର ଜୀବନ ଚାଲିଯାଇଥିବାର ଅଭିଯୋଗ ହୋଇଛି । ଏହାକୁ ନେଇ ଉତକ୍ତ୍ୟ ଲୋକେ ଆମ୍ବୁଲାନ୍ସକୁ ଭଙ୍ଗାରୁଜା କରିବା ସହ ଜଗତସିଂହପୁର ସଦର ଥାନା ପୋଲିସ ର ଜିମା ଦେଇଥିବା ବେଳେ ଆମ୍ବୁଲାନ୍ସ ଚାଳକ ଫେରାର ହୋଇଯାଇଛି । ଜଗତସିଂହପୁର ଥାନା ଅଳା ପଞ୍ଚାୟତ ଅନ୍ତର୍ଗତ ବ୍ରାହ୍ମଣଖଣ୍ଡ ଗ୍ରାମର କମଳା ପଣ୍ଡା ନାମକ ଜଣେ ୫୮ ବର୍ଷୀୟ ମହିଳା ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ରବିବାର ବିଳମ୍ବିତ ରାତିରେ ଜଗତସିଂହପୁର ମେଡିକାଲ ଓ ପରେ ମା କୁତାମଚଣ୍ଡୀ ନାମକ ଏକ ଘରୋଇ ଆମ୍ବୁଲାନ୍ସରେ କଟକ ସ୍ଥାନାନ୍ତର କରାଯାଉଥିଲା । ମାତ୍ର ଏହି ଘରୋଇ ଆମ୍ବୁଲାନ୍ସରେ କେବଳ ଫାଙ୍କା ସିଲିଣ୍ଡର ଥିବା ବେଳେ ସେଥିରେ ଅକ୍ସିଜେନ ନଥିଲା । ଯାହା ଫଳରେ ବାଟରେ ଅସ୍କିଜେନ ଆବଶ୍ୟକ ପଡିବାରୁ ଆମ୍ବୁଲାନ୍ସରେ ଥିବା କର୍ମଚାରୀ ରୋଗୀଙ୍କ ମୁହଁରେ କେବଳ ଖାଲି ଅକ୍ସିଜେନ ମାସ୍କ ଲଗାଇଥିଲେ । ଫଳରେ ଅସ୍କିଜେନ ଅଭାବରୁ ରୋଗୀଙ୍କର ମୃତ୍ୟୁ ହୋଇଯାଇଥିବାର ଅଭିଯୋଗ ହୋଇଛି ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ