
ଫୁଲନଖରା: ଆମ ବସ୍ ରେ ଅଗ୍ନିକାଣ୍ଡ। ଅଳ୍ପକେ ବର୍ତ୍ତିଲେ ବସ୍ ରେ ଥିବା ଯାତ୍ରୀ। କଟକ ଜିଲ୍ଲା ଫୁଲନଖରା-ନିଆଳୀ ରାସ୍ତାର ଅଡ଼ଶପୁର ବସ୍ ଷ୍ଟାଣ୍ଡରେ ଘଟିଛି ଏଭଳି ଅଘଟଣ। ଭୁବନେଶ୍ୱରରୁ ଅଡ଼ଶପୁର କଲେଜ ଅଭିମୁଖେ ଯାଉଥିବା ଆମ ବସ୍ ଟି ବସ୍ ଷ୍ଟାଣ୍ଡରେ ପହଞ୍ଚିବା ସମୟରେ ବସ୍ ରୁ ଧୂଆଁ ବାହାରୁଥିଲା। ଧୂଆଁ ଦେଖି ବସ୍ ରୁ ବାହାରି ଆସିଥିଲେ ଯାତ୍ରୀ। ଖବର ପାଇ ଅଡ଼ଶପୁର ଅଗ୍ନିଶମ ବାହିନୀ ତୁରନ୍ତ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି।





