ଆରଆଇ-ଅମିନ ନିଯୁକ୍ତି ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର : ବିବାଦୀୟ ଆରଆଇ, ଏଆର୍‌ଆଇ, ଅମିନ ଓ ଆଇସିଡିଏସ୍‌ ସୁପରଭାଇଜର୍‌ ନିଯୁକ୍ତି ପାଇଁ ପୁଣିଥରେ ପ୍ରିଲିମିନାରୀ ପରୀକ୍ଷା କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ଓ ନଭେମ୍ବର ମାସରେ ପରୀକ୍ଷା ହେବ। କମ୍ପ୍ୟୁଟର ବେସଡ୍‌ ନିଯୁକ୍ତି ପରୀକ୍ଷା (ସିବିଆର୍‌ଇ) ମାଧ୍ୟମରେ ପରୀକ୍ଷା କରିବାକୁ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଆଜି ବିଜ୍ଞପ୍ତି ପ୍ରକାଶ କରିଛି। ପୂର୍ବରୁ ହୋଇଥିବା ସମସ୍ତ ପ୍ରକ୍ରିୟାକୁ ବାତିଲ୍‌ କରି ପୁଣିଥରେ ମୂଳରୁ ପ୍ରକ୍ରିୟା ଆରମ୍ଭ କରାଯିବ। ପୂର୍ବରୁ ଆବେଦନ କରିଥିବା ସମସ୍ତ ଆଶାୟୀ ପରୀକ୍ଷା ଦେଇପାରିବେ। ଫଳରେ ୫ଲକ୍ଷ ୫୮ହଜାର ୧୨୮ ଆବେଦନକାରୀ ପରୀକ୍ଷା ଦେଇପାରିବେ ବୋଲି ସ୍ପଷ୍ଟ କରାଯାଇଛି।

ସୂଚନାଯୋଗ୍ୟ, ପୂର୍ବରୁ ହୋଇଥିବା ପ୍ରଲିମିନାରୀ ପରୀକ୍ଷାରେ ବ୍ୟାପକ ଅନିୟମିତତା ଅଭିଯୋଗ ହେବା ପରେ ସମସ୍ତ ପରୀକ୍ଷାର୍ଥୀଙ୍କୁ ମେନ୍‌ ପରୀକ୍ଷା ପାଇଁ ଉତ୍ତୀର୍ଣ୍ଣ କରାଯାଇଥିଲା। ମୋଟ୍‌ ପଦର ୫ଗୁଣା ପରୀକ୍ଷାର୍ଥୀ ମେନ୍‌ ପରୀକ୍ଷାକୁ ଉତ୍ତୀର୍ଣ୍ଣ ହେବାର ନିୟମ ଥିବାରୁ ଉଚ୍ଚ ନ୍ୟାୟାଳୟରେ ମାମଲା ହୋଇଥିଲା। ଫଳରେ ସରକାର ପ୍ରିଲିମିନାରୀ ପରୀକ୍ଷା ଫଳକୁ ରଦ୍ଦ କରିବା ସହ ପୁଣିଥରେ ନୂତନ ଭାବେ ପରୀକ୍ଷା କରିବାକୁ ଉଚ୍ଚ ନ୍ୟାୟାଳୟକୁ ଅବଗତ କରିଥିଲେ। ଦୁଇ ସପ୍ତାହ ମଧ୍ୟରେ ପ୍ରିଲିମିନାରୀ ପରୀକ୍ଷା ତାରିଖ ସ୍ଥିର କରିବାକୁ କୋର୍ଟ ଗତ ଜୁଲାଇ ୩୦ ତାରିଖରେ ନିର୍ଦ୍ଦେଶ ଦେଇଥିବାବେଳେ ପ୍ରାୟ ୧୨ ଦିନ ପରେ ନୂତନ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ