ମୁମ୍ବାଇ,୧୫/୧୦/୨୦୨୫: ବଲିଉଡ ଅଭିନେତା ତଥା ମହାଭାରତର ପ୍ରସିଦ୍ଧ କର୍ଣ୍ଣ ଭୂମିକାରେ ଅଭିନୟ କରିଥିବା ପଙ୍କଜ ଧୀରଙ୍କ ଆଜି ପରଲୋକ ହୋଇଛି । ବି.ଆର ଚୋପ୍ରାଙ୍କ ମହାଭାରତରେ କର୍ଣ୍ଣଙ୍କ ସ୍ମରଣୀୟ ଚରିତ୍ର ପାଇଁ ଘରେ ଘରେ ପରିଚିତ ହୋଇଥିଲେ ପଙ୍କଜ । ମିଳିଥିବା ସୂଚନା ଅନୁସାରେ ଗତ କିଛି ଦିନ ହେବ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ୬୮ବର୍ଷ ବୟସରେ ଗତକାଲି ତାଙ୍କର ହଠାତ୍ ଦେହାନ୍ତ ହୋଇଛି । କୁହାଯାଉଛି ଯେ ଦୀର୍ଘ ଦିନ ଧରି ସେ କର୍କଟ ରୋଗରେ ପୀଡିତ ଥିଳେ । ପଙ୍କଜଙ୍କ ମୃତ୍ୟୁ ଖବର ଶୁଣିବା ପରେ ଚଳଚ୍ଚିତ୍ର ଏବଂ ଟେଲିଭିଜନ ଜଗତରେ ଶୋକର ଛାୟା ଖେଳିଯାଇଛି । ପଙ୍କଜ ଧୀର ତାଙ୍କର ଚମକ୍ରାର ଅଭିନୟ ଦକ୍ଷତା ଏବଂ ଶକ୍ତିଶାଳୀ କଣ୍ଠସ୍ୱର ପାଇଁ ଜଣାଶୁଣା ଥିଲେ । କିନ୍ତୁ ୧୯୮୮ ମସିହାରେ ଐତିହାସିକ ନାଟକ ମହାଭାରତରେ କର୍ଣ୍ଣଙ୍କ ଚରିତ୍ର ତାଙ୍କୁ ପ୍ରକୃତରେ ଅମର କରିଥିଲା । କର୍ଣ୍ଣଙ୍କ ଚରିତ୍ର ଏତେ ଲୋକପ୍ରିୟ ହୋଇଥିଲେ ଯେ ଦେଶର ଅନେକ ସ୍ଥାନରେ ତାଙ୍କର ପ୍ରତିମା ପୂଜା ପାଉଥିଲା । ପଙ୍କଜ ‘ସଡକ୍’ ସୈନିକ’ ଏବଂ ବାଦଶାହା ସମେତ ଅନେକ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ ଏବଂ ଟେଲିଭିଜରେ ସକ୍ରିୟ ଥିଲେ । ରିପୋର୍ଟ ଅନୁସାରେ ପଙ୍କଜ ଧୀରଙ୍କ ଶେଷକୃତ୍ୟ ମୁମ୍ବାଇର ଭିଲେ ପାର୍ଲେସ୍ଥିତ ପବନ ହଂସ ଶ୍ମଶାନରେ କରାଯିବ । ତାଙ୍କ ପରିବାର ଏବଂ ନିକଟତମ ବନ୍ଧୁମାନଙ୍କ ସହିତ ଅନେକ ପ୍ରମୁଖ ଚଳଚ୍ଚିତ୍ର ତାରକା ଶେଷ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ପହଞ୍ଚିଛନ୍ତି ।
ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି
ଖୁବଶୀଘ୍ର ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ଘରକୁ ଆସିବେ କୁନି ଅତିଥି । ମାଆ ହେବେ ଜାଗୃତି ଶୁକ୍ଲା । ବିବାହର ବର୍ଷେ ପରେ ଏହି ଦମ୍ପତି ଖୁସି ଖବର ଦେଇଛନ୍ତି । ନବରାତ୍ରୀର ପ୍ରଥମ ଦିନରେ ଏହି ଗୁଡ୍ ନ୍ୟୁଜ୍…






