ଆରପାରିରେ ସମୀର ଦେ

ଆରପାରିକୁ ଚାଲିଗଲେ ପୂର୍ବତନ ମନ୍ତ୍ରୀ ସମୀର ଦେ’। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷରେ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।
କଟକର ଟାଣୁଆ ନେତା ତଥା ପୂର୍ବତନ ନଗର ଉନ୍ନୟନ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ନିମୋନିଆ, କିଡ୍‌ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ହୋଇଥିଲେ। ଡାକ୍ତରଙ୍କ ଆପ୍ରାଣ ଉଦ୍ୟମ ସତ୍ତ୍ୱେ ଆଜି ଆଖି ବୁଜିଛନ୍ତି ବିଜେପିର ଏହି ଭେଟ୍‌ରାନ୍‌ ନେତା। ତାଙ୍କ ବିୟୋଗରେ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି।
ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ। କଟକ ସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା। ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସମୀର ଦେ’ଙ୍କ ପରଲୋକରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ, ବିରୋଧୀଦଳ ନେତା ନବୀନ ପଟ୍ଟନାୟକ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ସାଂସଦ ବୈଜୟନ୍ତ ପଣ୍ଡା, ସାଂସଦ ଭର୍ତ୍ତୃହରି ମହତାବ, ବରିଷ୍ଠ ନେତା ସମୀର ମହାନ୍ତି ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

Related Posts

ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

Continue reading
ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ