ଆରମ୍ଭ ହେଲା ମାଟ୍ରିକ୍‌ ପରୀକ୍ଷା

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ (ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ) ପରୀକ୍ଷା, ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷା ଓ ସଂସ୍କୃତ ମଧ୍ୟମା ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହି ପରୀକ୍ଷା ଆସନ୍ତା ମାର୍ଚ୍ଚ ୬ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ। ଚଳିତଥର ମୋଟ ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ୫ଲକ୍ଷ ୨୨ହଜାର ୩୩୬ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ପରୀକ୍ଷାର୍ଥୀମାନେ ସକାଳ ସାଢ଼େ ୭ଟାରୁ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ। ୩୧୪ଟି ନୋଡାଲ କେନ୍ଦ୍ରରୁ ଆଜି ସକାଳ ୭ଟା୩୦ରୁ ୮ଟା୩୦ ମଧ୍ୟରେ ପ୍ରଥମ ଦିନର ପ୍ରଶ୍ନପତ୍ରକୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚାଯାଇଥିଲା। ପରୀକ୍ଷା ସକାଳ ୯ଟାରେ ଆରମ୍ଭ ହୋଇଛି। ସାଢେ ୧୧ଟାରେ ଶେଷ ହେବ।

ପରୀକ୍ଷାର ସୁପରିଚାଳନା ନିମନ୍ତେ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଥିବା ବେଳେ ପ୍ରାୟ ୬୦୦ କେନ୍ଦ୍ରରେ ଲାଇଭ ଷ୍ଟ୍ରିମିଂ(ସିଧାପ୍ରସାରଣ)ର ବ୍ୟବସ୍ଥା କରାଯାଇଛି। କପି ରୋକିବାକୁ ଏଥର ଚାରିସ୍ତରୀୟ ସ୍କ୍ୱାଡ୍‌ ଗଠନ କରାଯାଇଛି। ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ଏଥର ପ୍ରଶ୍ନପତ୍ରର ପ୍ରତି ପୃଷ୍ଠାରେ କ୍ୟୁଆର୍‌ କୋଡ୍‌ ବ୍ୟବସ୍ଥା ସହ ପ୍ରତି ପ୍ରଶ୍ନ ପାର୍ଶ୍ବରେ ପ୍ରଶ୍ନପତ୍ରର କ୍ରମିକ ନମ୍ବର ରହିଛି। ଫଳରେ କେଉଁ ପରୀକ୍ଷା କେନ୍ଦ୍ରରୁ ଓ କେଉଁ ପରୀକ୍ଷାର୍ଥୀଙ୍କ ପକ୍ଷରୁ ଭାଇରାଲ ହେଲା, ତାହା ଜଣାପଡ଼ିଯିବ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ