ଆଶୀର୍ବାଦ ଦୀପ କାର୍ଯ୍ୟକ୍ରମ

ସେବା ସଂକଳ୍ପ ଅଭିଯାନ ୨୦୨୬ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଜନ୍ମ ଦିବସ ଅବସରରେ ପିଏମଶ୍ରୀ ଅପୂର୍ବ ସରକାରୀ ଉଚ୍ଚ ବିଦ୍ୟାଳୟ ସୁଗୁଡା ପକ୍ଷରୁ ସ୍ଥାନୀୟ ରମ୍ଭାଦେବୀ ମନ୍ଦିର ପରିସରରେ ଆଶ୍ରିର୍ବାଦ ଦୀପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଦମୟନ୍ତୀ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଅବସରପ୍ରାପ୍ତ ଜ଼ିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ପଦ୍ମ ଲୋଚନ ପ୍ରଧାନ, ଅଜୟ କୁମାର ପ୍ରଧାନ, ସୁଗୁଡା ସି. ଆର ସି. ସି. ପ୍ରାଣବନ୍ଧୁ ଘଡ଼େଇଙ୍କ ସମେତ ସ୍ଥାନୀୟ ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ଉପସ୍ଥିତ ରହି ମା ରମ୍ଭାଦେବୀଙ୍କ ନିକଟରେ ଦୀପ ଜାଳି ଆଶୀର୍ବାଦ ଭିକ୍ଷା କରିଥିଲେ। ପ୍ରଥମେ ବିଦ୍ୟାଳୟ ଠାରୁ ଏକ ସଚେତନତା ରାଲି ମାଧ୍ୟମରେ ଶିକ୍ଷକ ଶିଷୟିତ୍ରୀ,ଛାତ୍ର ଛାତ୍ରୀ ମାନେ ମନ୍ଦିର ନିକଟରେ ପହଞ୍ଚିଥିଲେ ଏବଂ ପରିବାର ସମ୍ପର୍କ ମାଧ୍ୟମରେ ପ୍ରତି ପରିବାର ସନ୍ଧ୍ୟାରେ ଦୀପ ଜଳାଇବା ନିମନ୍ତେ ବୁଝାଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ କେ. ଅନିଲ କୁମାର, ଆଗ୍ନେସିୟମ ଟେଟେ,ମନୋଜ କୁମାର ବେହେରା, ପରମେଶ୍ୱର ସିଂ, ସୂର୍ଯ୍ୟକାନ୍ତ ମହନ୍ତ, ବନିତା ପ୍ରଧାନ, ରଶ୍ମିତା ପ୍ରଧାନ, ସୁନନ୍ଦା ପାତ୍ର, ସାଫଲ୍ୟ ଆଚାର୍ଯ୍ୟ ଙ୍କ ସମେତ ପରିଚାଳନା ସମିତି ର ସଭ୍ୟ ସଭ୍ୟା ମାନେ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ