ଆଶ୍ରମ ସ୍କୁଲ ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଆରଡିସିସ୍ତରୀୟ ତଦନ୍ତ ଆରମ୍ଭ

ରାଇରଙ୍ଗପୁର: ବିଷାକ୍ତ ଖାଦ୍ୟ ଖାଇ ଛାତ୍ରୀ ମୃତ୍ୟୁ ଘଟଣାରେ ରଣକ୍ଷେତ୍ର ପାଲଟିଛି ରାସଗୋବିନ୍ଦପୁର । ରାତିସାରା ରାସଗୋବିନ୍ଦପୁର ସ୍ଥିତ କାକାବନ୍ଧ ଆଶ୍ରମ ସ୍କୁଲ ପରିସରରେ ଛାତ୍ରୀଙ୍କ ମୃତଦେହ ପଡିରହିଥିଲା । ଦୋଷୀକୁ ଫାଶୀ ଦାବିରେ ଅଟଳ ଗ୍ରାମବାସୀ । ଫଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ପୋଲିସ ଉପରକୁ ଟେକାପଥର ମାଡ ସହ ନିଆଁ ହୁଳା ମାଡ଼ କରିଥିଲେ ଗ୍ରାମବାସୀ । ପୋଲିସ ମଧ୍ୟ ପାଲଟା ଲାଠିଚାର୍ଜ କରିଥିଲା । ଫଳରେ ରାସଗୋବିନ୍ଦପୁର ଆଇଆଇସିଙ୍କ ସମେତ କିଛି ପୋଲିସ କର୍ମଚାରୀ ଓ କିଛି ସ୍ଥାନୀୟ ଲୋକେ ଆହତ ହୋଇଛନ୍ତି । ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆରଡିସି ସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି । ସମଗ୍ର ଅଞ୍ଚଳରେ ପୋଲିସ ଛାଉଣୀ ରହିଛି ।
ଉତ୍ତେଜନାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ତହସିଲର କାକାବନ୍ଧ ଆଶ୍ରମ ସ୍କୁଲ ପରିସରରେ ୮ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଘଟଣାସ୍ଥଳରେ ମୟୂରଭଞ୍ଜ ଏସପି, ମୟୂରଭଞ୍ଜ ଜିଲ୍ଲାପାଳ, ଏଏସପି, ଡିଏସପି, ଉପଜିଲ୍ଲାପାଳ ରାତି ସାରା ରହିଥିବା ବେଳେ ପୂର୍ବାଞ୍ଚଳ ଡିଆଇଜି ପିନାକ ମିଶ୍ର ମଧ୍ୟ ଭୋର ୪ଟା ସମୟରେ ଘଟଣାସ୍ଥଳରେ ପହଞ୍ଚି ଥିଲେ। ତେବେ ଭୋର ୫ଟାରେ ପୋଲିସ ସୁରକ୍ଷା ବଳୟ ମଧ୍ୟରେ ମୃତଦେହ ଅନ୍ତିମ ସଂସ୍କାର ପାଇଁ ଗାଁକୁ ଗଲା । ସ୍କୁଲରେ ଏବେବି ବିପୁଳ ପୋଲିସ ଫୋର୍ସ ମୁତୟନ ଅଛନ୍ତି।
କାକାବନ୍ଧ ଆଶ୍ରମ ବିଦ୍ୟାଳୟର ହଷ୍ଟେଲରେ ଗତ ୩ ଦିନ ତଳେ ଖାଦ୍ୟ ଖାଇବା ପରେ ଶତାଧିକ ଅନ୍ତେବାସୀ ଝାଡ଼ାବାନ୍ତି ଓ ଜ୍ୱରରେ ଆକ୍ରାନ୍ତ ହୋଇଥିଲେ । ସମସ୍ତେ ପଖାଳ, ଶାଗ, ଆମ୍ବୁଲ ଖଟା ଆଦି ଖାଇଥିଲେ । ଏହି ଘଟଣାରେ ସମସ୍ତଙ୍କୁ ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ୬୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ମୟୂରଭଞ୍ଜ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସେମାନଙ୍କ ମଧ୍ୟରୁ ଅଧିକ ଗୁରୁତର ଥିବା ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ICUରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମଙ୍ଗଳବାର ମୃତ୍ୟୁ ହୋଇଛି । ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରଚାରିତ ହେବା ପରେ ଜିଲ୍ଲାରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି ।
ରାସଗୋବିନ୍ଦପୁର ଆଶ୍ରମ ସ୍କୁଲ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ RDC ସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆଜି(ବୁଧବାର) ସକାଳେ କେନ୍ଦ୍ରାଞ୍ଚଳ RDC ରାସଗୋବିନ୍ଦପୁର ଗସ୍ତ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।

କେଉଁ ପରିସ୍ଥିତିରେ ପିଲାମାନେ ଅସୁସ୍ଥ ହେଲେ ଏବଂ ଛାତ୍ରୀଙ୍କ ମୃତ୍ୟୁ ଘଟିଛି, ସେ ସମ୍ପର୍କରେ ସବିଶେଷ ତଦନ୍ତ କରି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । RDC ଆଜି ସକାଳେ ଘଟଣାସ୍ଥଳରେ ପହଞ୍ଚି ଘଟଣା ସଂପର୍କରେ ତଦନ୍ତ ଆରମ୍ଭ କରିଛନ୍ତି । ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଲକ୍ଷର ସହାୟତା ଘୋଷଣା କରିଛନ୍ତି ।

  • Related Posts

    ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟରେ ୫ ମେଡିକାଲ କଲେଜ ପାଇଁ ଜମି ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଗଜପତି, ମାଲକାନଗିରି, ରାୟଗଡ଼ାରେ ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ଏବଂ ନୟାଗଡ଼ ଓ ନୂଆପଡ଼ାରେ ଦୁଇଟି ସରକାରୀ ହୋମିଓପାଥି ମେଡିକାଲ କଲେଜ ପ୍ରତିଷ୍ଠା ହେବ।…

    Continue reading
    ଭୁବନେଶ୍ୱରକୁ ୬ଟି ଜୋନ୍‌ରେ ବାଣ୍ଟିଲା ବିଏମ୍‌ସି

    ଭୁବନେଶ୍ୱର,: ବିଏମ୍‌ସିି ୩ରୁ ୬ଟି ଜୋନ୍‌ରେ ବାଣ୍ଟି ହୋଇଛି । ଜୋନ୍ ଅଫିସର ମାତ୍ରାଧିକ ଚାପକୁ ହ୍ରାସ କରିବା ଏବଂ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । ଏବେ ପ୍ରତି ଜୋନ୍‌ରେ ୧୨ ଲେଖାଁଏ ୱାର୍ଡ ରହିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ