ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଓମ୍ ବିର୍ଲା

ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ଶ୍ରୀ ବିର୍ଲା ଏହି ଅବସରରେ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ଏବଂ ଏକ ସ୍ମରଣିକାକୁ ମଧ୍ୟ ଉନ୍ମୋଚନ କରିବେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ; କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ; ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଏବଂ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଡକ୍ଟର ଫଗନ ସିଂହ କୁଲସ୍ତେ ମଧ୍ୟ ଏହି କାର୍ୟ୍ୟକ୍ରମରେ ଯୋଗ ଦେବା ସହିତ ଉପସ୍ଥିତ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ସମ୍ବୋଧିତ କରିବେ। ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶ ବିଧାନସଭାରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଓ ସଦସ୍ୟ, ଓଡ଼ିଶା ସରକାରଙ୍କ ମନ୍ତ୍ରୀ ଏବଂ ଓଡ଼ିଶା ବିଧାନସଭାର ସଦସ୍ୟମାନେ ଉଦଘାଟନୀ ସମାରୋହରେ ଯୋଗଦେବେ।

ଏହି ଦୁଇ ଦିନିଆ ସମ୍ମିଳନୀରେ (୨୯-୩୦ ଅଗଷ୍ଟ ୨୦୨୫) ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସମିତିର ଅଧ୍ୟକ୍ଷ ଏବଂ ସଦସ୍ୟଙ୍କ ସମେତ ୧୨୦ ରୁ ଅଧିକ ପ୍ରତିନିଧି ଅଂଶଗ୍ରହଣ କରିବେ। ସମ୍ମିଳନୀର ବିଷୟବସ୍ତୁ ରଖାଯାଇଛି – ‘ଅନୁସୂଚିତ ଜାତି ଏବଂ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂ ବିଧାନସଭା ସମିତିଗୁଡ଼ିକର ଭୂମିକା।

  • Related Posts

    ଆଜି ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ

    ପୁରୀ: ଆସନ୍ତା ୨୦ ତାରିଖରୁ ଚନ୍ଦନଯାତ୍ରା ଆରମ୍ଭ । ଅକ୍ଷୟ ତୃତୀୟାଠାରୁ ଶ୍ରୀମନ୍ଦିରରେ ହେଉଥିବା ଏହି ପ୍ରଧାନ ପର୍ବକୁ ଶୃଙ୍ଖଳିତ ପାଳନ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ଯୋଜନା କରିଛି । ମଙ୍ଗଳବାର ଏନେଇ ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ…

    Continue reading
    ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ

    ଭୁବନେଶ୍ଵର: ଓଡିଆ ଚଳଚିତ୍ର ଜଗତ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ୱାଇଁଙ୍କର ପରଲୋକ ଘଟିଛି। ସେ ଲିଭର ସିରୋସିସ୍‌ରେ ପୀଡ଼ିତ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ମିଳିଛି। ରବି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ