ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କଲେ ବାଚସ୍ପତି

ଭୁବନେଶ୍ବର: ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଜି ଥିଲା ବଜେଟ ଅଧିବେଶନର ପ୍ରଥମ ଦିନ। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖିଥିଲେ। ‘ଜୟ ଜଗନ୍ନାଥ’ କହି ଅଭିଭାଷଣ ଆରମ୍ଭ କରି ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିଥିଲେ ରାଜ୍ୟପାଳ।

ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି କହିଛନ୍ତି, ଓଡ଼ିଆ ଅସ୍ମିତା ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି। ‘ସରକାର ନୂଆ ଶିକ୍ଷାନୀତିକୁ ଓଡ଼ିଶାରେ ଲାଗୁ କରିଛନ୍ତି। ଓଡ଼ିଶା ଖଣିଜ ସମ୍ପଦରେ ଭରପୂର ହୋଇ ରହିଛି। ଓଡ଼ିଶା ନିଜର ଐତିହ୍ୟ ଓ କୀର୍ତ୍ତିରାଜି ପାଇଁ ପରିଚିତ।‘ମୋ ସରକାର ଧାନର ଏମଏସପି ୮୦୦ ଟଙ୍କା ବଢ଼ାଇଛନ୍ତି। ୧.୩୬ ଲକ୍ଷ ପଞ୍ଜିକୃତ କୃଷକଙ୍କ ପାଇଁ ଚାଷବୀମା କରାଯାଇଛି। ସ୍ବାଭିମାନ ଅଞ୍ଚଳରେ ବଳଭଦ୍ର ଜୈବିକ ଚାଷ ମିଶନ ଆରମ୍ଭ କରାଯାଇଛି। ଏଣେ ‘ସୁଭଦ୍ରା’ଯୋଜନାରେ କୋଟିଏ ମହିଳା ଲାଭବାନ ହୋଇଛନ୍ତି।

  • Related Posts

    ପୁଣି ଏକ ହାତୀ ମୃତ

    କନ୍ଧମାଳ:ବେଲଘର୍ ରେଞ୍ଜରେ ପୁଣି ଏକ ହାତୀର ମୃତ । କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ନିକଟସ୍ତ ଶିମିଳିପଦର ଜଙ୍ଗଲରେ ହାତୀ ମୃତ ଶରୀର ମିଳିଛି। କିଛି ଦିନ ହେବ ବଲାଙ୍ଗୀର ଜଙ୍ଗଲରୁ ହାତୀଟି ଆସଥିଲା। କଲାହାଣ୍ଡି…

    Continue reading
    ପୁଣି ଅଦିନିଆ ରଥଯାତ୍ରାକୁ ନେଇ ବିବାଦ

    ଭୁବନେଶ୍ୱର: ପୁଣି ଅଦିନିଆ ରଥଯାତ୍ରାକୁ ନେଇ ବିବାଦ । ଆଜି ଅଷ୍ଟ୍ରେଲିଆର ବ୍ରିସବେନରେ ଇସ୍କନ ଆୟୋଜନ କରିବ ଅଦିନିଆ ରଥଯାତ୍ରା । ଅଷ୍ଟ୍ରେଲିଆର କିଙ୍ଗ ଜର୍ଜ ସ୍କୋୟାର ବ୍ରିସବେନ ସିବିଡିରେ ପୂର୍ବାହ୍ନ ୧୧ଟା ରୁ ଅପରାହ୍ନ ୩ଟା ୩୦ ପର୍ୟ୍ୟନ୍ତ ରଥଯାତ୍ରା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ