ଭୁବନେଶ୍ୱର: ଆସନ୍ତା ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ପାଇଁ ବର୍ଷା ଆଶଙ୍କା ରହିଛି। ଦକ୍ଷିଣ ଉପକୂଳ ଓ ପାଶର୍ବବର୍ତ୍ତୀ ଉତ୍ତର ଉପକୂଳରେ ବର୍ଷା ସମ୍ଭାବନା ରହିବା ନେଇ ସୂଚନା ମିଳିଛି। ୨୪ ଓ ୨୫ରେ ପୁଣି ବର୍ଷା ସହ ଘନ କୁହୁଡି କଲବଲ କରିବ। ପଶ୍ଚିମା ଝଡ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।
ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ
ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…




