ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ଗରମ ଗୁଳୁଗୁଳିରେ ସନ୍ତୁଳି ହେବେ ଉପକୂଳବର୍ତ୍ତି ଅଞ୍ଚଳ । ଆସନ୍ତା ୨୪ଘଣ୍ଟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଅଧିକ ଗୁଳୁଗୁଳି ଅନୁଭୁତ ହେବ । ଏଥିସହ ଉଷ୍ମ ଆଦ୍ରତା ସ୍ଥିତି ଅନୁଭୂତ ହେବ । ଏ ନେଇ ଏ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ହେବ ବୋଲି କହିଛି ପାଣିପାଗ କେନ୍ଦ୍ର । ହାଲକାରୁ ମଧ୍ୟମ ଧରଣର ବର୍ଷା ସହ କେତେକ ସ୍ଥାନରେ ଝଟକା ପବନ ମଧ୍ୟ ଅନୁଭୂତ ହେବ। ଏ ନେଇ ଆସନ୍ତା ୨୪ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଗୋଟେ ଦୁଇଟି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ସହ ଝଟକା ପବନ ଘଂଟା ପ୍ରତି୩୦ପ୪୦ କିଲୋମିଟର ରହିବ । ଆସନ୍ତାକାଲି ଗଂଜାମ , ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ମଧ୍ୟ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି କହିଛି ପାଣିପାଗ କେନ୍ଦ୍ର ।

ସେପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ୯ ରୁ ପବନର ଦିଗ ବଦଳିବ । ପାଗରେ ପରିବର୍ତ୍ତନ ଆସିବ । ୧୦ ତାରିଖରେ ଉପକୁଳ ସମେତ ଉତ୍ତର ଓଡ଼ିଶାରେ ବର୍ଷା ହେବ । ୧୧ ରୁ ତାପମାତ୍ରା କମିବ । ୧୨ରୁ ତାପମାତ୍ରା ପ୍ରାୟ କମିଯାଇ ପାରେ। ୧୩ ରୁ ସାରା ଓଡ଼ିଶାରେ ତାପମାତ୍ରା କମିଯିବ । ୩୨ପ୩୩ ଡିଗ୍ରୀ ସେଲସିୟସ ତାପମାତ୍ରା ମଧ୍ୟରେ ରହିବ । ମଡେଲ ଅନୁସାରେ ୧୧ପ୧୩ ଯାଏଁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇ ପାରେ । ଉତ୍ତର ଓଡ଼ିଶାରେ ୧୫ ତାରିଖ ରାତିରୁ ବର୍ଷା ବଢ଼ିବ। ୧୬/୧୭ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଲଘୁଚାପର ରୂପ ମଧ୍ୟ ନେଇ ପାରେ । ପ୍ରଭାବରେ ଉପକୁଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ହେବ ।

  • Related Posts

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ,…

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    Leave a Reply

    Your email address will not be published. Required fields are marked *

    You Missed

    ଅପରେସନ ସିନ୍ଦୂରରେ ପାକିସ୍ତାନର ୫ଟି ଯୁଦ୍ଧ ବିମାନକୁ ଖସାଇଛି ବାୟୁସେନା

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

    ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ